ମାଁ ଫୁଲସୁନ୍ଦରୀଙ୍କ ବାର୍ଷିକ ଯାତ୍ରା ଆରମ୍ଭ, ସୁପରିଚାଳନା ପାଇଁ ବ୍ୟାପକ ବନ୍ଦୋବସ୍ତ

ଦିଗପହଣ୍ଡି,୩୧|୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି  ନୂଆସାହି  ଆରାଧ୍ଯ ଦେବୀ ମାଁ ଫୁଲସୁନ୍ଦରୀଙ୍କ ବାର୍ଷିକ ଯାତ୍ରା ଶୁଭାରମ୍ଭ ହୋଇଛି । ପ୍ରତିବର୍ଷ ଭଳି ଚଳିତ  ବର୍ଷ ମାଁ ଙ୍କ ଯାତ୍ରା ଭାଦ୍ରବ ଶୁକ୍ଳ ଏକାଦଶୀ ତିଥି ଠାରୁ ୫ ଦିନ ବ୍ୟାପୀ ଅନୁଷ୍ଠିତ ହେବ। ଯାତ୍ରାର ପ୍ରଥମ ଦିବସରେ ମନ୍ଦିର ପୂଜକ କୃଷ୍ଣଚନ୍ଦ୍ର ପାଣିଗ୍ରାହୀଙ୍କ ତତ୍ତ୍ଵାବଧାନରେ ମାଁ ଙ୍କ ପୂଜାର୍ଚ୍ଚନା ହୋଇଥିଲା । ଶଙ୍କର ପାତ୍ର ସସ୍ତ୍ରିକ କର୍ତ୍ତା ରୂପେ ଆସନ ଗ୍ରହଣ କରିଥିବା ବେଳେ ସନ୍ଧ୍ୟା ଆଳତି ସମୟରେ ମନ୍ଦିର ପ୍ରାଙ୍ଗଣରେ ଶ୍ରଦ୍ଧାଳୁଙ୍କ ହୁଳହୁଳି ଧ୍ୱନୀରେ ମନ୍ଦିର ପ୍ରକମ୍ପିତ ହୋଇଥିଲା।

ଯାତ୍ରାରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ଏବଂ ଭକ୍ତଙ୍କ ଭିଡକୁ ନିୟନ୍ତ୍ରଣ ନିମନ୍ତେ ଯାତ୍ରା ପରିଚାଳନା କମିଟି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଯାତ୍ରା ପରିଚାଳନା କମିଟି ସଭାପତି  ପବିତ୍ର ବେହେରା , ଉପସଭାପତି ରାଜା ପଟ୍ଟନାୟକ , ସମ୍ପାଦକ କାହ୍ନୁଚରଣ ପଟ୍ଟନାୟକ , ସହ ସମ୍ପାଦକ ବଳରାମ ସାସମଲ , କୋଷାଧ୍ୟକ୍ଷ ରଞ୍ଜନ ବେହେରା , ରାମ ସାହୁ ଓ ଗଣେଶ ସାହୁ , ଉପଦେଷ୍ଟା ଗଣପତି ବେହେରା , କୃଷ୍ଣଚନ୍ଦ୍ର ସାହୁ , ରାଜବାବୁ ଦୋରା , ନରସିଂହ ବେହେରା , ସୁଦାମ ବେହେରା , ଦେବାଶିଷ ସାହୁ , ଶଙ୍କର ପାତ୍ର ଙ୍କ ସମେତ ବୁଦ୍ଧିଆ ବେହେରା , ଲବ ପାତ୍ର , ରଞ୍ଜନ ବାଡତ୍ଯା , ରିଙ୍କୁ ସାହୁ ପ୍ରମୁଖ ଦାୟିତ୍ୱରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?