ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି। ମା’ଙ୍କ ଅସ୍ଥାୟୀ ମଣ୍ଡପରେ ଦର୍ଶନ ପାଇଁ ଅବାଳ ବୃଦ୍ଧ ବନିତାଙ୍କ ଅପୂର୍ବ ଭିଡ଼ ଜମୁଛି। ପରମ୍ପରା ଅନୁଯାୟୀ, ପ୍ରତିଦିନ ସନ୍ଧ୍ୟାରେ ମା’ ସାହିକୁ ସାହି ବୁଲି ଭକ୍ତଙ୍କ ଠାରୁ ଭୋଗ ଗ୍ରହଣ କରୁଛନ୍ତି।

ମା’ଙ୍କ ଏହି ଭବ୍ୟ ଯାତ୍ରାରେ ମାନସିକଧାରୀମାନେ ବିଭିନ୍ନ ଦେବଦେବୀଙ୍କ ବେଶ ଧାରଣ କରି ସହର ପରିକ୍ରମା କରିବା ସହ ମା’ଙ୍କ ଆଶୀର୍ବାଦ ଭିକ୍ଷା କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ଦିନ ସହରରେ ମା’ଙ୍କ ଅତି ପ୍ରିୟ ‘ବାଘ ବେଶ’ ମୁଖ୍ୟ ଆକର୍ଷଣ ପାଲଟିଛି।

ମାନସିକଧାରୀମାନେ ନିଜକୁ ବାଘ ବେଶରେ ସୁସଜ୍ଜିତ କରି ବାଘ ପରି ଠାଣି, ଚାଲି ଓ ଗର୍ଜନ ସହ ନୃତ୍ୟ ପ୍ରଦର୍ଶନ କରୁଛନ୍ତି। ଚାଙ୍ଗୁ ବାଦ୍ୟର ତାଳେ ତାଳେ ବାଘ ସଦୃଶ ନାଚି ସେମାନେ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରୁଛନ୍ତି। ଏହି କ୍ରମରେ ସହରର ରିକାପଲ୍ଲୀ ସାହିର ବାସିନ୍ଦା କୁନାଲ ସେନାପତି ନିଜର ଦୀର୍ଘ ଦିନର ମାନସିକ ପୂର୍ଣ୍ଣ କରିବା ପାଇଁ ସର୍ବାଙ୍ଗରେ ରଙ୍ଗ ବୋଳି ଓ ମୁଣ୍ଡରେ ବାଘ ମୁଖା ପିନ୍ଧି ସହର ସାରା ବୁଲି ନୃତ୍ୟ ପ୍ରଦର୍ଶନ କରିଛନ୍ତି।

ଓଡ଼ିଶାର ଏହି ଅନନ୍ୟ ପରମ୍ପରା ଓ ଲୋକନୃତ୍ୟ ‘ବାଘ ନାଚ’ ତାର ସ୍ୱତନ୍ତ୍ରତା ପାଇଁ ସବୁଠି ଉଚ୍ଚ ପ୍ରଶଂସିତ ହୋଇଥିବା ବେଳେ, ଛତ୍ରପୁର ଯାତ୍ରାରେ ଏହା ଶ୍ରଦ୍ଧାଳୁଙ୍କୁ ବେଶ୍ ଆକୃଷ୍ଟ କରିଛି। ମା’ଙ୍କ ଏହି ପ୍ରିୟ ନୃତ୍ୟ ଦେଖିବା ପାଇଁ ସହରରେ ପ୍ରବଳ ଜନସମାଗମ ହେବା ସହ ସାରା ଅଞ୍ଚଳରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri