ମେ’ ୪ରୁ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା: ଅନୁମତି ପାଇଁ କମିଟି ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୨୦ା୩(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଯାତ୍ରା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରତି ଦୁଇ ବର୍ଷକୁ ଥରେ ଆୟୋଜନ ହେଉଥିବା ମା’ ରାମାୟାଣାମ୍ମାଙ୍କ ଠାକୁରାଣୀଙ୍କ ଯାତ୍ରା ପାଇଁ ଏବେଠୁ ଚଳଚଞ୍ଚଳ ହୋଇପଡ଼ିଲାଣି ସହର। ଗଞ୍ଜାମ ଜିଲାର ବ୍ରହ୍ମପୁର ବୁଢ଼ୀ ଠାକୁରାଣୀ ଯାତ୍ରା ଭଳି ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରାର ସ୍ବତନ୍ତ୍ରତା ରହିଛି। ପ୍ରତି ଦୁଇ ବର୍ଷକୁ ଥରେ ଅନୁଷ୍ଠିତ ହେଉଥିବା ଏହି ଯାତ୍ରା ଲାଗି ସହର ଏବେଠୁ ଉତ୍ସବ ମୁଖର ହୋଇପଡ଼ିଲାଣି। ଆସନ୍ତା ମେ’ ୪ରୁ ଜୁନ୍‌ ୫ ତାରିଖ ପର୍ଯ୍ୟନ୍ତ ଏହି ଯାତ୍ରା ଅନୁଷ୍ଠିତ ହେବ। ଏନେଇ ଆଜି ଅର୍ଥାତ୍‌ ଶୁକ୍ରବାର ଯାତ୍ରାକମିଟି ପକ୍ଷରୁ ମା’ଙ୍କ ମନ୍ଦିରରୁ ଏକ ପଟୁଆର ବାହାରି ଜିଲା ପ୍ରଶାସନର ଅନୁମତି ମାଗିବା ନିମନ୍ତେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ଭେଟି ସହଯୋଗ କାମନା କରିଥିଲେ।

ଯାତ୍ରା କମିଟିର ମ୍ୟାନେଜର ସିଏଚ୍‌. ଦୟାନନ୍ଦ ରେଡ୍ଡୀ ଓ ଆସିଷ୍ଟାଣ୍ଡ ମ୍ୟାନେଜର ଏମ୍‌. ସମରେନ୍ଦ୍ର ସେନାପତି ଜିଲାପାଳଙ୍କୁ ଉତ୍ତରୀୟ ପକାଇ ମା’ଙ୍କ ଫୁଲ ସିନ୍ଦୂର ଦେଇ ନିମନ୍ତ୍ରଣ କରିଥିଲେ। ଏହା ସହିତ କମିଟି ପକ୍ଷରୁ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ଜି. ପାପା ରାଓ ଓ ସମାଜସେବୀ ଦୀପକ ମୁଦୁଲିଙ୍କ ସହିତ ସମସ୍ତ ଜନସାଧାରଣଙ୍କ ସହଯୋଗ କାମନା କରାଯାଇଥିଲା। ଏହି ଯାତ୍ରାରେ ବିଭିନ୍ନ ମେଢ, ସାଂସ୍କୃତିକ କାର୍ଯ୍ୟକ୍ରମ, ରାମଦୋଳି, ମୀନାବଜାର, ମା’ଙ୍କ ସାହି ପରିକ୍ରମା ଆଦି କାର୍ଯ୍ୟକ୍ରମ ରହିଛି। ଯାହାଫଳରେ ପ୍ରବଳ ଭକ୍ତଙ୍କ ଆଗମନ ରହିବ। ଏହାକୁ ଦୃଷ୍ଟିରେ ରଖି କିପରି ସୁରୁଖୁରରେ ଶେଷ ହେବ ସେନେଇ ଜିଲାପାଳଙ୍କ ସହିତ ବିଧାୟକ, ଉପାଧ୍ୟକ୍ଷ ଏବଂ ଯାତ୍ରା କମିଟି ପକ୍ଷରୁ ଆଲୋଚନା କରାଯାଇଥିଲା।

ପାରମ୍ପରିକ ରୀତିନୀତି ଅନୁସାରେ ମା’ ଶାଶୁଘରୁ ମେ’ ୪ରୁ ବାହାରି ନିଜ ବାପଘରକୁ ଯିବେ ସେଠାରେ ମା’ଙ୍କୁ ଅସ୍ଥାୟୀ ମଣ୍ଡପ ତଥା ନିଜ ବାପଘରକୁ ପାଛୋଟି ନିଆଯିବାର ପରମ୍ପରା ରହିଛି। ସେଠାରେ ମା’ ଅସ୍ଥାୟୀ ମଣ୍ଡପରେ ପୂଜା ପାଇବେ। ମା’ଙ୍କୁ ଅସ୍ଥାୟୀ ମଣ୍ଡପରେ ଦର୍ଶନ କରିବା ଲାଗି ଛତ୍ରପୁର ଏବଂ ଆଖପାଖ ଅଞ୍ଚଳର ବହୁ ଜନସାଧାରଣ ମନ୍ଦିର ପରିସରରେ ମା’ଙ୍କୁ ଦର୍ଶନ କରିବେ। ଚଳିତ ବର୍ଷ ଯାତ୍ରାକୁ ଆକର୍ଷଣୀୟ କରିବା ପାଇଁ କମିଟି ପକ୍ଷରୁ ସମସ୍ତ ଚେଷ୍ଟା କରାଯାଉଥିବା ମ୍ୟାନେଜର ସିଏଚ୍‌. ଦୟାନନ୍ଦ ରେଡ୍ଡୀ କହିଛନ୍ତି। ଯାତ୍ରାକୁ ସୁରୁଖୁରରେ ସମ୍ପାଦନ କରିବା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ସେ। ଚଳିତ ବର୍ଷ ସୁନ୍ଦର ଆଲୋକ ସଜ୍ଜା ତୋରଣ ସାଙ୍ଗକୁ ୪୦ ଫୁଟର ୪ଟି ମୁଖ୍ୟ ଗେଟ୍‌ ଶ୍ରଦ୍ଧାଳୁଙ୍କୁ ଆକର୍ଷଣ କରିବ। ବଡ଼ବଡ଼ କଳାକୁଞ୍ଜ ସାଙ୍ଗକୁ ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ନେବେ ଦର୍ଶକ। ଏହା ସହ ବିଭିନ୍ନ ଜିଲା ଏବଂ ଜିଲା ବାହାରୁ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ଆନ୍ଧ୍ରା କାଳୀ, କାଟାପ୍ପା, ସିଂ ନାଚ ନାଚ ଭଳି ବଡ଼ବଡ଼ ପଟୁଆର ଆୟୋଜନ ହେବ। ରାମ ଦୋଳି, ମୀନାବଜାରର ମଜା ନେବେ ଲୋକେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ବଢିଲା ଯୁଦ୍ଧ ଭୟ! ଆମେରିକାକୁ ଆଖି ଦେଖାଇଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୨୦।୩: ଇରାନ, ବର୍ତ୍ତମାନ ମୁସଲିମ ବିଶ୍ୱରେ ବିଚ୍ଛିନ୍ନ ହୋଇଯାଇଥିବା ବେଳେ, ଶ୍ରୀଲଙ୍କାରୁ ଗୁରୁତ୍ୱପୂର୍ଣ୍ଣ ସମର୍ଥନ ପାଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସଂସଦକୁ ସୂଚନା ଦେଇଛନ୍ତି…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri