୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ ସମଗ୍ର ଅଞ୍ଚଳ ଉତ୍ସବମୁଖର ହୋଇପଡ଼ିଛି। ବୁଧବାର ଏହି ଭବ୍ୟ ଯାତ୍ରାର ୨୪ତମ ଦିନ ଅବସରରେ ଯାତ୍ରା କମିଟି ମ୍ୟାନେଜର ସିଏଚ୍‌. ଦୟାନନ୍ଦ ରେଡ୍ଡୀଙ୍କ ବାସଭବନକୁ ମା’ ବିଜେ କରିଥିଲେ। ସେଠାରେ ସେ ମା’ଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିବା ସହ ଭୋଗ ଲାଗି କରିଥିଲେ। ଏହାପରେ ଏକ ବିରାଟ ଓ ଭବ୍ୟ ପଟୁଆରରେ ମା’ଙ୍କ ଘଟ ଅସ୍ଥାୟୀ ମଣ୍ଡପରୁ ବାହାରି ସାରା ନଗର ପରିକ୍ରମା କରିଥିଲା।
ମା’ ରାମାୟାଣାମ୍ମାଙ୍କର ଏହି ପାରମ୍ପରିକ ଯାତ୍ରା ଗତ ମେ’ ମାସ ୪ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ଜୁନ ମାସ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ମା’ଙ୍କର ଏହି ମାସାଧିକ କାଳ ଚାଲିବାକୁ ଥିବା ଯାତ୍ରାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅପୂର୍ବ ଉତ୍ସାହ ଦେଖିବାକୁ ମିଳିଛି।
ମା’ଙ୍କ ଯାତ୍ରା ଅବସରରେ ଛତ୍ରପୁର ଅନସ୍ଲୋ ଖେଳ ପଡ଼ିଆଠାରେ ଏକ ଭବ୍ୟ ମିନା ବଜାର ଓ ରାମଦୋଳିର ଆୟୋଜନ କରାଯାଇଛି, ଯେଉଁଠାରେ ପ୍ରତିଦିନ ସହର ତଥା ଆଖପାଖ ଅଞ୍ଚଳର ହଜାର ହଜାର ଲୋକ ପହଞ୍ଚି ଏହାର ଭରପୂର ମଜା ଉଠାଉଛନ୍ତି। ଯାତ୍ରା ପାଇଁ ଛତ୍ରପୁର ସହରର ସମସ୍ତ ପ୍ରବେଶ ପଥ ଏବଂ ପ୍ରମୁଖ ଛକଗୁଡ଼ିକୁ ଆକର୍ଷଣୀୟ ଆଲୋକ ମାଳାରେ ସୁସଜ୍ଜିତ କରାଯାଇଛି, ଯାହା ରାତିର ଶୋଭାକୁ ଦ୍ୱିଗୁଣିତ କରୁଛି। ଯାତ୍ରା ସମୟରେ ଆଇନ ଶୃଙ୍ଖଳା ରକ୍ଷା ଏବଂ ଶ୍ରଦ୍ଧାଳୁଙ୍କ ଶାନ୍ତିଶୃଙ୍ଖଳିତ ଦର୍ଶନ ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସହରର ବିଭିନ୍ନ ସ୍ଥାନରେ ପୁଲିସ ଫୋର୍ସ ମୁତୟନ ରହିଛନ୍ତି।
ଯାତ୍ରାର ଶେଷ ପର୍ଯ୍ୟାୟକୁ ଆହୁରି ଅଧିକ ଆକର୍ଷଣୀୟ ଓ ଉତ୍ସାହଜନକ କରିବା ପାଇଁ ଆସନ୍ତା ଜୁନ ୧ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରସିଦ୍ଧ ‘ଛତ୍ରପୁର ମହୋତ୍ସବ’ ଅନୁଷ୍ଠିତ ହେବାକୁ ଯାଉଛି। ଏହି ମହୋତ୍ସବ ଚଳିତ ବର୍ଷର ଠାକୁରାଣୀ ଯାତ୍ରାରେ ଏକ ସ୍ବତନ୍ତ୍ର ଚମକ ଆଣିଦେବ ବୋଲି ଆଶା କରାଯାଉଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri