ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି ଅବସରରେ ମା’ ରାମଚଣ୍ଡୀ ମନ୍ଦିର ଟ୍ରଷ୍ଟ ଏବଂ ପରିଚାଳନା କମିଟି, ପୂଜା କମିଟି ପକ୍ଷରୁ ଏକ ରାଜ୍ୟସ୍ତରୀୟ ୟୁଟ୍ୟୁବର୍‌ ଓ ଗଣମାଧ୍ୟମ ବ୍ୟକ୍ତିଙ୍କ ଭବ୍ୟ-ସମାବେଶରେ ମୁଖ୍ୟ ଅତିଥି ରୂପେ ଓଡ଼ିଶା ସରକାରଙ୍କ ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ ଯୋଗଦେଇ ଗଞ୍ଜାମ ଜଲା ହେଉଛି, ପ୍ରାଚୀନ ଆଦ୍ୟ ସାହିତ୍ୟ, ସଂସ୍କୃତି, ଚଳଣି, ଖାଦ୍ୟ, ବସ୍ତ୍ରରେ ସବୁଠୁ ନିଆରା ପରମ୍ପରା ଅଟେ ବୋଲି ବ୍ୟାଖ୍ୟା କରିଥିଲେ । ମୁଖ୍ୟ ବକ୍ତା ସଂଗ୍ରାମ କେଶରୀ ଷଡ଼ଙ୍ଗୀ ଯୋଗଦେଇ କହିଥିଲେ ଗଞ୍ଜାମ ଜିଲା, ପ୍ରାଚୀନ ଶିକ୍ଷା ଓ ସଂସ୍କୃତି ଏକ ଅଭିନ୍ନ ପରମ୍ପରା ଯାହା ଅନ୍ୟତ୍ର ନାହିଁ, ଏହି ଜିଲାର ପର୍ଯ୍ୟଟନସ୍ଥଳୀ ଖୁବ ମହନୀୟ ଅଟେ। ଗଞ୍ଜାମର ମା’ ରାମଚଣ୍ଡୀ ଓ ମା’ ତାରାତାରିଣୀ ମନ୍ଦିର ଭଳି ଶକ୍ତି ପୀଠର ମାହାତ୍ମ୍ୟ ନିଆରା ଅଟେ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ରାମଚଣ୍ଡୀ ପୀଠର ସ୍ଥାପତି ପଣ୍ଡିତ ପ୍ରଦୀପ ପ୍ରଜ୍ବଳନ କରି ବିଜୟ କୁମାର ତ୍ରିପାଠୀ, ମନ୍ଦିର ଟ୍ରଷ୍ଟ ପକ୍ଷରୁ ସୁଧାକର ପଣ୍ଡା, ଲକ୍ଷ୍ମୀନୃସିଂହ ପଣ୍ଡା,ଉପଦେଷ୍ଟା କୃଷ୍ଣ ଚନ୍ଦ୍ର ନାୟକ (ମହାରାଜ), ଗଞ୍ଜାମ ବରିଷ୍ଠ ନାଗରିକ ସଂଘର ସମ୍ପାଦକ ବିନୋଦ ମହାପାତ୍ର,ଆର୍ମି କୋଚ ସୀମାଞ୍ଚଳ ବାରିକ, ସୋନିଡିଗ ଟେକ୍‌ନୋଲୋଜିର ମୁଖ୍ୟ ସୋନାଲି ଶତପଥୀ, ପୁରୁଷୋତ୍ତମପୁର ତହସିଲଦାର ବିନୋଦ ଚନ୍ଦ୍ର ବେହେରା ଏବଂ ଛତ୍ରପୁର ପୌର ନିର୍ବାହୀ ଅଧିକାରୀ ପ୍ରସନ୍ନ ଦାଶ ପ୍ରମୁଖ ବହୁ ଗଣ୍ୟମାନ୍ୟ ବ୍ୟକ୍ତି / ଅତିଥି ଯୋଗଦେଇ ଛତ୍ରପୁର ଅଞ୍ଚଳର ପ୍ରତିଷ୍ଠିତ ମା’ ରାମଚଣ୍ଡୀ ମନ୍ଦିର ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଭାବରେ ମାନ୍ୟତା ଏବଂ ଏହାର ମହତ୍ତ୍ୱ ସ୍ବତନ୍ତ୍ର ବିଷୟରେ ଓଡ଼ିଶା ଓ ଓଡ଼ିଶା ବାହାରେ ପ୍ରତିଷ୍ଠା ପ୍ରଚାର ପ୍ରସାର କରିବା ନିମନ୍ତେ ଆହ୍ବାନ ଦେଇଥିଲେ ।ପୂଜା କମିଟିର ସଭାପତି ସି.ଏଚ. ଦୟାନନ୍ଦ ରେଡ୍ଡୀଙ୍କ ସହ ବହୁ ସମାଜସେବୀ, ମନ୍ଦିର ସେବାୟତ ପ୍ରମୁଖ ସକ୍ରୀୟ ସହଯୋଗ କରିଥିଲେ । ଟ୍ରଷ୍ଟର ମୁଖ୍ୟ ପୁରୋଧା ତଥା ସଂଯୋଜକ କମଲ କୁମାର୍‌ ପଣ୍ଡା ଏହି ସମସ୍ତ କାର୍ଯ୍ୟକ୍ରମଚୁ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ଏଣ୍ଟ୍ରିକୁ ନେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri