ମା’ ରାମଚଣ୍ଡୀଙ୍କ ବିଷ୍ଣୁମାୟା ବେଶ: ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଛତ୍ରପୁର,୧୮।୧୦(ଦିଲ୍ଲୀପ ସାମଲ): କରପଡା ପଞ୍ଚାୟତର ଅନୁଚ ପାହାଡ ଶିଖରେ ଅବସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠରେ ଏକାଦଶୀ ତିଥିରେ ସମ୍ପୂର୍ଣ ଚଣ୍ଡୀ ପୂରାଣ ରୀତିନୀତି ଅନୁସାରେ,ମା ରାମଚଣ୍ଡୀଙ୍କ ଷୋଡ଼ଶ ଦିନାତ୍ମକ ପୂଜା ଚାଲିଛି l ଅଷ୍ଟମୀ ତିଥିରେ ମା’ ଦୁର୍ଗା ବେଶ ଓ ନବମୀରେ ମା’ ନାରାୟଣୀ ଦଶମୀରେ ଈଶାନୀ ବେଶ ଓ ଏକାଦଶୀରେ ମା’ ବିଷ୍ଣୁମାୟା ବେଶରେ ଦର୍ଶନ ଦେଇଥିଲେ l ଏହି ପୂଜାରେ ବିପୁଳିଙ୍ଗି ଗ୍ରାମର ଶ୍ରୀ ଦିବାକର ଦାସ ମୁଖ୍ୟ କର୍ତ୍ତା ଓ ଗଞ୍ଜାମର ଅଶୋକ ଆଚାର୍ଯ୍ୟ ଉପକର୍ତ୍ତା ଭାବେ ପୂଜାରେ ଯୋଗଦେଇଥିଲେ l

ଏହି ପୂଜା ସ୍ଥପତି ପଣ୍ଡିତ ବିଜୟ କୁମାର ତ୍ରିପାଠୀଙ୍କ ପ୍ରତ୍ୟକ୍ଷ୍ୟ ତତ୍ତ୍ୱାବଧାନରେ ଏବଂ ବ୍ରହ୍ମପୁରର ଦେଧ୍ୟାୟୀ ପଣ୍ଡିତ ଚନ୍ଦ୍ରଭାନୁ କର ଓ ପଣ୍ଡିତ ରାହୁଲ ଦାଶ ଉପସ୍ଥିତିରେ ବେଦପାଠ କରାଯାଇ ପୂଜା ସମ୍ପନ୍ନ କରାଯାଇଥିଲା l ସନ୍ଧ୍ୟା ସମୟରେ ସବୁବେଳେ ମାଁ ଙ୍କ ମହା ଆରତୀ ଅନୁଷ୍ଠିତ ହୋଇଥାଏ l ତାପରେ ସଂକଳ୍ପ ହୋଇଥିବା ମହିଳାଙ୍କ ଦ୍ୱାରା ଦୁର୍ଗା ସହସ୍ର ନାମରେ କୁଙ୍କୁମାର୍ଚ୍ଚନ ଅନୁଷ୍ଠିତ ହୋଇଥାଏ l ଏଥିରେ ଶତାଧିକ ମହିଳା ଭାଗନିଅନ୍ତି l ମହାଷ୍ଟମୀ ଯାଏଁ ପ୍ରତ୍ୟେକ ଦିନ ଏହିପରି କୁଙ୍କୁମାର୍ଚ୍ଚନ ଅନୁଷ୍ଠିତ ହେବାପାଇଁ ସ୍ଥିର କରଯାଇଛି। ଠିକ ସେହିପରି ପୂଜା ସୋପାନ ଅନୁସାରେ ଶ୍ରୀ ଚଣ୍ଡୀପାଠ,ଚଣ୍ଡୀ ହବନ ଇତ୍ୟାଦି କରା ଯାଇଥିଲା। ଏକାଦଶୀ ଅବସରରେ ମା’ଙ୍କୁ ଦର୍ଶନ କରିବା ଲାଗି ଛତ୍ରପୁର ଅଞ୍ଚଳର ସମାଜସେବୀ ପ୍ରଶାନ୍ତ କର, ଶ୍ରୀ ଭାଗିରଥି ବେହେରା, ଛତ୍ରପୁର ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର ପୃଷ୍ଟି (ADM)ଏବଂ ଅନ୍ୟ ଅତିଥି ମାନେ ଯୋଗ ଦେଇଥିଲେ l

ଏହି ଅବସରରେ କରପଡା ପଞ୍ଚାୟତର ସରପଞ୍ଚ ଅଜୟ ନାୟକ,ଟ୍ରଷ୍ଟି ଲକ୍ଷ୍ମୀନୃସିଂହ ପଣ୍ଡା, ପୂଜା କମିଟି ସଭାପତି CH ଦୟାନନ୍ଦ ରେଡ୍ଡୀ, ଉପସଭାପତି ଦିବାକର ନାୟକ, ଉପଦେଷ୍ଟା କୃଷ୍ଣ ଚନ୍ଦ୍ର ନାୟକ (ମହାରାଜ), ସହ ସଂଯୋଜକ ତୁଷାର ଶତପଥୀ, ଜୋର୍ତିବିତ୍‌ ଦୀପକ ଦାସ, ତ୍ରିନାଥ ନାୟକ,ଗୋବର୍ଦ୍ଧନ ନାୟକ, ସୁଧୀର ମହାରଣା, କୁଞ୍ଜ ନାୟକ (କୋଷାଧକ୍ଷ), ଦଣ୍ଡ ମହାରଣା ଏବଂ ସମସ୍ତ ପୂଜା କମିଟି କାର୍ଯ୍ୟକର୍ତା ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳା ଭାବେ ପରିଚାଳନା କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri