ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ଲାଗି ରହିଛି।
ମାଁ ବର୍ଷସାରା ଲାଲ ରଙ୍ଗରେ ଦର୍ଶନ ଦେଉଥିବା ବେଳେ ଆଜିର ଦିନରେ ଭକ୍ତ ମାନଙ୍କୁ ଧଳା ତଥା ଶୁଭ୍ର ରଙ୍ଗରେ ଦର୍ଶନ ଦେଇଥାନ୍ତି । ଏହି ବେଶରେ ଦେବୀଙ୍କୁ ଦର୍ଶନ କଲେ ପୂଣ୍ୟ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି।

ଯାଜପୁରର ମା’ ବିରଜାଙ୍କ  ପୀଠ ମଧ୍ୟ ଚଳଚଞ୍ଚଳ ହୋଇ ଉଠିଛି। ସେପଟେ ପୁରୀରେ ପିତୃପୁରୁଷଙ୍କୁ ପିଣ୍ଡଦାନ ଦେବାକୁ ଭିଡ଼ ଦେଖିବାକୁ ମିଳୁଛି ।ପୁରୀ ଓ ଭୁବନେଶ୍ବର ବିନ୍ଦୁସାଗର କୂଳରେ ଭିଡ଼ ଜମିଛି । ପିତୃପୁରୁଷଙ୍କ ଉଦ୍ଦେଶ୍ଯରେ ପିଣ୍ଡ ଦାନ କରି ପୂଜାପାଠ କରାଯାଉଛି । ଆଶ୍ୱିନ କୃଷ୍ଣ ପ୍ରତିପଦାଠାରୁ ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥାଏ ଶ୍ରାଦ୍ଧ ଓ ତିଳତର୍ପଣ । ଏହିଦିନ ନିଜ ପିତୃପୁରୁଷଙ୍କ ସହ ନିଜ ମାମୁଘର ଉଦ୍ଦେଶ୍ୟରେ ମଧ୍ୟ ଶ୍ରାଦ୍ଧ ପ୍ରଦାନ ଓ ପିଣ୍ଡଦାନ କରାଯାଇଥାଏ । ବିଶେଷ କରି ପିତା, ପିତାମହ, ପ୍ରପିତାମହ, ମାତା, ପିତାମୟୀ, ପ୍ରପିତାମୟୀ, ମାତାମହ, ପ୍ରମାତାମହ, ଆଦିଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ଶ୍ରାଦ୍ଧ ଆଦି କର୍ମ କରାଯାଇଥାଏ । ପୁରୀରେ ପିଣ୍ଡ ଦାନ କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରି ସାନିଧ୍ୟ ଲାଭ କରୁଛନ୍ତି ଭକ୍ତ । ଭୁବନେଶ୍ବର ବିନ୍ଦୁସାଗର କୂଳରେ ମଧ୍ୟ ମହାଳୟା ପାଇଁ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ପବିତ୍ର ପୁଷ୍କରିଣୀ କୂଳରେ ଶ୍ରଦ୍ଧାଳୁମାନେ ନିଜର ପିତୃଲୋକଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରୁଛନ୍ତି । କୁହାଯାଏ ଏହି ପିତୃପକ୍ଷରେ ପିତୃଲୋକ ମାନବ ଲୋକଙ୍କୁ ଆସିଥାନ୍ତି ।

ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରିଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବାର ଦୃଶ୍ୟ ଦେଖିବାକୁ ମିଳିଛି | ଦୀର୍ଘ ପନ୍ଦରଦିନ ଧରି ପିତୃପୁରୁଷମାନଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧିରହିଛି। ମହାଳୟା ଅମାବାସ୍ୟାରେ ପିତୃପକ୍ଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ପ୍ରଦାନ କରାଯାଇଥାଏ।

ପୂର୍ବରୁ ଶ୍ରୀମନ୍ଦିର ବାଇଶିପାହାଚରେ ପିଣ୍ଡଦାନ କରାଯାଉଥିଲା। ଟିକେଟ କାଟି ଭକ୍ତମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରୁଥିଲେ। ଏବେ ଶ୍ରୀମନ୍ଦିର ବାହାରେ ଉତ୍ତରପୂର୍ବ କୋଣରେ ମେଘନାଦ ପାଚେରୀକୁ ଲାଗି ଭକ୍ତମାନେ ତିଳତର୍ପଣର ଅନ୍ତ କରି ଶ୍ରାଦ୍ଧ ପ୍ରଦାନ କରୁଛନ୍ତି।ବିଶେଷକରି ଶ୍ରୀକ୍ଷେତ୍ରରେ ମାର୍କଣ୍ଡେୟ ପୁଷ୍କରିଣୀ, ନରେନ୍ଦ୍ର ପୁଷ୍କରିଣୀ, ଶ୍ୱେତଗଙ୍ଗା, ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ବ୍ରାହ୍ମଣମାନଙ୍କ ଦ୍ବାରା ଶ୍ରୀମନ୍ଦିର ଉତ୍ତରଦ୍ବାର ନିକଟରେ ପିତୃପୁରୁଷଙ୍କୁ ମହାପ୍ରସାଦ ଦେଇ ସନ୍ତୁଷ୍ଟ କରାଯାଏ ବୋଲି ବିଶ୍ୱାସ ରହିଛି। ସେହିପରିପବିତ୍ର ବିନ୍ଦୁସାଗର କୂଳରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଆସି ପିତୃପୁରୁଷଙ୍କୁ ପିଣ୍ଡଦାନ କରି ଶ୍ରଦ୍ଧା ଅର୍ପଣ କରୁଛନ୍ତି

 


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri