କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ ପହଞ୍ଚିଛନ୍ତି । ଦେବୀଙ୍କ ପୀଠରେ ସକାଳୁ ଭକ୍ତଙ୍କ ସମାଗମ ହୋଇଛି।

 

Dharitri – Odisha’s No.1 Odia Daily

Share