୯ କିଲୋ ଓଜନର ରୂପା ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେଲେ ମା’ ସୁରେଶ୍ୱରୀ

ସୋନପୁର,୨୮ା୧୦(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ୱରୀ ୯ କିଲୋ ଓଜନର ରୂପା ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କୁ ଜଣେ ଭକ୍ତ ଏହି ରୁପା ଅଳଙ୍କାର ଦେଇଛନ୍ତି। ଅଳଙ୍କାର ମଧ୍ୟରେ ପରଭା, ଛତ୍ର, ପଦ୍ମ ପାଦ ରହିଛି। ଏଥିପାଇଁ ପଣ୍ଡିତ କାଳୀ ପ୍ରସାଦ ମିଶ୍ରଙ୍କ ଦ୍ୱାରା ସ୍ବତନ୍ତ୍ର ପୂଜା ପରେ ସମସ୍ତ ଅଳଙ୍କାର ମା’ଙ୍କ ଠାରେ ଅର୍ପଣ କରି ସାଜସଜ୍ଜା କରାଯାଇଥିଲା l ମା’ଙ୍କର ଜଣେ ଭକ୍ତଙ୍କ ସହଯୋଗରେ ରୁପା ଅଳଙ୍କାର ନିର୍ମିତ ହୋଇ ପାରିଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି। କଲିକତା ଉଚ୍ଚ ନ୍ୟାୟଳୟର ବିଚାରପତି ଚିତ୍ତ ରଞ୍ଜନ ଦାଶ, ସୁବର୍ଣ୍ଣପୁର ଜିଲାପାଳ ବିମଳେନ୍ଦୁ ରାୟ, ଏସ୍‌ପି ଅମରେଶ ପଣ୍ଡା, ଅତିରିକ୍ତ ଜିଲାପାଳ ସୂର୍ଯ୍ୟ ନାରାୟଣ ଦାଶ, ସୋନପୁର ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ଡ. ଇପ୍ସିତା ପ୍ରିୟଦର୍ଶନୀ ମିଶ୍ର, ପୂର୍ତ୍ତ ବିଭାଗ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଇଂ ଦାମୋଦର କୈବର୍ତ୍ତଙ୍କ ସମେତ ମନ୍ଦିର କମିଟିର ଶ୍ରୀବତ୍ସ ମଲ୍ଲିକ, ରବି ନାରାୟଣ ମହାପାତ୍ର, ବୈକୁଣ୍ଠ ଶତପଥୀ, ଅଟଳ ମହାପାତ୍ର, ସତ୍ୟ ନାରାୟଣ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଦେବୋତ୍ତର ବିଭାଗକୁ ମା’ଙ୍କ ରୁପା ଅଳଙ୍କାର ସବୁର ତତ୍ତ୍ୱାବଧାନ ପାଇଁ ଦାୟିତ୍ୱ ଦିଆଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଦ୍ୱାରଦେଶରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଥୁଆମୂଳ ରାମପୁର ବ୍ଲକ୍‌ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍‌ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ

ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ

ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri