ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା: ମିଶନ ଶକ୍ତି ସଚିବ କଲେ ଦର୍ଶନ

ପୁରୁଷୋତ୍ତମପୁର,୨୮।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇ ପାହାଡ଼ ଚତୁଃପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛି। ଏହି ପାଳିରେ ରାତି ସାଢେ ୧୨ଟାରୁ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଷେକ ଆଦି ନୀତିକାନ୍ତି ସହ ପୂଜାର୍ଚ୍ଚନା କରାଯାଇ ମା’ ତାରାତାରିଣୀ ଦୁଇ ଭଉଣୀଙ୍କୁ ମହା ସରସ୍ବତୀ ବେଶରେ ସଜ୍ଜିତ କରାଯାଇଥିଲା। ରାତି ୩.୧୫ରେ ସାହାଣ ମେଲା ହୋଇ ମା’ ତାରାତାରିଣୀ ଦୁଇ ଭଉଣୀ ମହାସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

ଏହା ସହ ରାତି ୨ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା। ରାଜ୍ୟ ସରକାରଙ୍କ ମିଶନ ଶକ୍ତିର ଶଚିବ ସୁଜାତା କାର୍ତ୍ତିକେୟନ ମା’ଙ୍କ ଦର୍ଶନ କରିଥିଲେ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଏସ୍‌ପି ଜଗନମୋହନ ମିନା ଯାତ୍ରାର ତଦାରଖ କରିଛନ୍ତି। ଛତ୍ରପୁର ସର୍କିଲ ଦେବୋତ୍ତର ବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ଛତ୍ରପୁର ଉପଜିଲାପାଳ ପ୍ରଶନ କୁମାର ପାତ୍ର୍‌, ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ ଓ ଆଇଆଇସି ପ୍ରିୟୁସ ରଞ୍ଜନ ଛୋଟରାୟ, ବିଡିଓ ବିଜୟ କୁମାର ବେହେରା, ତହସିଲଦାର ସନ୍ତୋଷ କୁମାର ସାହୁ, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି ପ୍ରମୁଖ ଉପସ୍ଥିତ ରହି ଯାତ୍ରା ପରିଚାଳନା କରୁଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୁବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri