ଦୁଇଦିନ ପରେ ଚୈତ୍ର ମଙ୍ଗଳବାର, ଚଳଚଞ୍ଚଳ ମା’ ତାରାତାରିଣୀଙ୍କ ପୀଠ

ପୁରୁଷୋତ୍ତମପୁର,୧୫ା୩(ସୀମାଞ୍ଚଳ ମିଶ୍ର): ପାଖେଇ ଆସିଲାଣି ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା। ଏଥିଲାଗି ଚଳଚଞ୍ଚଳ ହୋଇ ଉଠିଛି ରତ୍ନଗିରି ପାହାଡ଼ ପାରିପାଶର୍‌ବ। ମା’ଙ୍କ ପ୍ରସିଦ୍ଧ ମଙ୍ଗଳବାର ଯାତ୍ରାକୁ ଆଉମାତ୍ର ଦୁଇଦିନ ବାକି ରହିଥିବା ବେଳେ ଜିଲା ପ୍ରଶାସନ ଓ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ପରମ୍ପରା ଅନୁସାରେ ପବିତ୍ର ଦୋଳପୂର୍ଣ୍ଣିମାରେ ମା’ଙ୍କ ରୀତିନୀତି ଅନୁଯାୟୀ, ପୂଜାର୍ଚ୍ଚନା କରାଯିବା ପରେ ହିନ୍ଦୁ ଧର୍ମର ପଞ୍ଜିକା ମା’ଙ୍କ ପୀଠରେ ପଢ଼ାଯାଇ ତିଥି ଲଗ୍ନ ପ୍ରକାରେ ଯାତ୍ରାଲାଗି ଶୁଭଖୁଣ୍ଟି ମନ୍ଦିର ନିର୍ବାହୀ ଅଧିକାରୀ ଟି.କେ. ରେଡ୍ଡୀଙ୍କ ତ୍ତତ୍ତ୍ୱାବଧାନରେ ସ୍ଥାପନ କରାଯାଇଥିଲା। ଚଳିତ ବର୍ଷ ୪ଟି ମଙ୍ଗଳବାର ପାଳି ପଡୁଥିବାରୁ ଯେପରି ମା’ଙ୍କ ଯାତ୍ରା ସୂଚାରୁ ରୂପେ ହେବ। ଏହି ସମୟରେ ମା’ଙ୍କ ନୀତିକାନ୍ତି ଠିକ୍‌ ସମୟରେ ହେବ ସେଥିନେଇ ସମସ୍ତ ସେବାୟତ ନିଷ୍ଠାପର ଓ ଶାନ୍ତିଶୃଙ୍ଖଳାର ସହ କାର୍ଯ୍ୟ କରିବା ଲାଗି ସେବାୟତ ସଂଘ ସଭାପତି ତପନରଣା ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରଚଣ୍ଡ ଖରାଦାଉରୁ କିପରି ଭକ୍ତଙ୍କୁ ସୁରକ୍ଷା ଦିଆଯିବ ସେଥିନେଇ ନରସିଂହପୁର ଛକଠାରୁ ମନ୍ଦିର ପର୍ଯ୍ୟନ୍ତ ଛାଇର ବ୍ୟବସ୍ଥା କରିବା, ଶିଶୁଙ୍କ ମୁଣ୍ଡନଲାଗି ୪ଟି ମୁଣ୍ଡନ ଶାଳା ନିର୍ମାଣ, ଭକ୍ତଙ୍କ ଖାଇବା ଲାଗି ପ୍ରସାଦ ଯୋଗାଇଦେବା, ମନ୍ଦିରରେ ମା’ଙ୍କ ପୂଜାର୍ଚ୍ଚନାକୁ ବାହାରେ ଥିବା ଭକ୍ତମାନେ କିପରି ଦେଖିପାରିବେ ସେଥି ଲାଗି ୫ଟି ଏଲ୍‌ସିଡି ବିଭିନ୍ନ ସ୍ଥାନରେ ଲଗାଇବା ଆଦି କାର୍ଯ୍ୟର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦିବ୍ୟଜୋତି ପରିଡ଼ା ବିଭିନ୍ନ ସମୟରେ ଆସି ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri