ମା’ ତାରାତାରିଣୀଙ୍କ ଦ୍ୱିତୀୟପାଳି ଚୈତ୍ର ମଙ୍ଗଳବାର ଯାତ୍ରା: ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଉଛନ୍ତି ଦୁଇ ଭଉଣୀ 

ପୁରୁଷୋତ୍ତମପୁର,୫।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛିି। ସମଗ୍ର ରତ୍ନଗିରି ପାହାଡ ଚତୁପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛି॥ ଏହି  ପାଳିରେ ରାତି ୧୨ ଟା ୩୦ରୁ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି,  ଅବକାଶ, ମାଜଣା, ସିଙ୍ଗାର, ଅଭିଶେକ  ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇଥିଲା। ପରେ  ମା’ ତାରାତାରିଣୀ ଦୁଇ ଭଉଣୀଙ୍କୁ ମହାଲକ୍ଷ୍ମୀ ବେଶରେ ସଜ୍ଜିତ କରାଯାଇଥିଲା।
ଭୋର ୪ ଟାରେ ସାହାଣ ମେଲା ହୋଇଥିଲା।  ମା ’ ମହାଲକ୍ଷ୍ନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ଏହା ସହ ରାତି ୧୨.୩୦ରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା। ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ.ଦୀପକକୁମାର ମିଶ୍ର, ଆଇଆଇସି ରାଜେଶକୁମାର ନାୟକ, ଦେବୋତ୍ତର ବିଭାଗିୟ ଛତ୍ରପୁର ସର୍କିଲବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ବିଡିଓ ଶରତକୁମାର ପାତ୍ର, ତହସିଲଦାର ତଥା ଏନଏସି ନିର୍ବାହୀ  ଅଧିକାରୀ ଗୋବିନ୍ଦ ଡନସେନା,ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି ଓ ପ୍ରଶାନିକ ଅଧିକାରୀମାନେ ଉପସ୍ଥିତ ରହି ଯାତ୍ରା ପରିଚାଳନା କରିବାରେ ଲାଗିଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା,  ସେବାୟତ ବାପୁଜୀ ରଣା, ଧୃବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରୁଛନ୍ତି । ମାନସିକ କରିଥିବା ଭକ୍ତମାନେ ପାହାଡ଼ ପାଦଦେଶରେ ଖୋଲା ଯାଇଥିବା ଚାରିଟି ମୁଣ୍ଡନ ଶାଳାରେ ନିଜ ନିଜର ଶିଶୁଙ୍କୁ ମୁଣ୍ଡନ କରାଇ  କେହି ୯୯୯ ପାହାଛ ଚଢି  ପାହା ଉପରକୁ ଯିବା ସହ ଅନ୍ୟ କେହି ବସ୍‌ ଓ ରୋପ ୱେ ମାଧ୍ୟମରେ ମଧ୍ୟ  ପାହାଡ ଉପରକୁ ଯାଇ ମା’ ଙ୍କ ଦର୍ଶନ କକରିବାରେ ଲାଗିଛନ୍ତି ।  ଚୋରି ଓ ଆଇନ ଶ୍ରୁଙ୍ଖଳା କାରଣରୁ  ସାଧାପୋଷାକରେ ପୋଲିସ କର୍ମଚାରୀମାନଙ୍କୁ ବିଭିନ୍ନ ସ୍ଥାନରେ ମୁତୟନ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri