ଚୈତ୍ର ମଙ୍ଗଳବାର ତୃତୀୟ ପାଳି: ସରସ୍ବତୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୧।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଚାଲିଛି ଚୈତ୍ର ଯାତ୍ରା। ମଙ୍ଗଳବାର ତୃତୀୟ ପାଳିରେ ମା’ ତାରାତାରିଣୀ ସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମା’ଙ୍କ ଦର୍ଶନ ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତଙ୍କ ଭିଡ଼ ଲାଗି ରହିଛି।

ରାତିରେ ସୁନ୍ଦର ଆଲୋକ ମାଳାରେ ମା’ଙ୍କ ପୀଠ ଚହଟୁଥିବା ବେଳେ ସକାଳେ ସୁନ୍ଦର ଫୁଲରେ ସଜେଇ ହୋଇ ମା’ଙ୍କ ମନ୍ଦିର ବେଶ୍‌ ଆକର୍ଷଣୀୟ ଦେଖାଯାଉଛି। ତୃତୀୟ ପାଳିରେ ନୀତି ନିର୍ଦ୍ଦଣ୍ଟ ଅନୁସାରେ ରାତି ସାଢେ ୧୨ରୁ ମନ୍ଦିର ଦ୍ୱାର ଫିଟା ଯାଇଥିଲା। ପରେ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଷେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ ତାରାତାରିଣୀଙ୍କୁ ମହାଲକ୍ଷ୍ମୀ ବେଶରେ ସଜ୍ଜିତ କରାଯାଇଥିଲା। ଭୋର ସାଢେ ୩ଟାରେ ସାହାଣ ମେଲା ହୋଇ ମା’ ସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।

ଏହା ସହ ପୀଠରେ ରାତି ଗୋଟାଏରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା। ବହୁ ଦୂରଦୂରାନ୍ତରୁ ଭକ୍ତମାନେ ଆସି ନିଜ ଶିଶୁଙ୍କ ମୁଣ୍ଡନ କରାଇଛନ୍ତି। ପରେ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। ଚୈତ୍ର ଯାତ୍ରାରେ ମା’ଙ୍କୁ ଦର୍ଶନ କଲେ ସମସ୍ତ ପ୍ରକାରର ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ଭକ୍ତଙ୍କ ଅତୁଟ ବିଶ୍ବାସ ରହିଛି। ଏହି ବିଶ୍ବାସକୁ ଆଧାର କରି ଦୀର୍ଘ ବର୍ଷ ଧରି ମା’ଙ୍କ ଚୈତ୍ର ଯାତ୍ରା ପାଳନ ହୋଇଆସୁଛି।

ଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହଶେଷ ହେବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତଙ୍କ ପାଇଁ ପାନୀୟ ଜଳର ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ୍‌ର ବ୍ୟବସ୍ଥା ସହ ପାହାଡ଼ ଉପରକୁ ଯାଇ ମା’ଙ୍କୁ ଦର୍ଶନ କରିବା ନିମନ୍ତେ ସିଟି ବସ୍‌ର ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁଙ୍କ ଯେଭଳି କୌଣସି ଅସୁବିଧା ନ ହୁଏ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଏପରି କି ମା’ଙ୍କ ପୂଜା ଦେଖିବାକୁ ବିଭିନ୍ନ ସ୍ଥାନରେ ଏଲଇଡିର ବ୍ୟବସ୍ଥା କରାଯାଇଛି। ତୃତୀୟ ପାଳିରେ ରାଜ୍ୟ ସରକାରଙ୍କ ଅତିରିକ୍ତ ଶାସନ ସଚିବ ସତ୍ୟବ୍ରତ ସାହୁ ପିଠରେ ପହଞ୍ଚି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି।

ଛତ୍ରପୁର ଉପଜିଲାପାଳ ଶୁଭାଶିଷ ବରାଳ, ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ.ଦୀପକ କୁମାର ମିଶ୍ର, ଆଇଆଇସି ରାଜେଶ କୁମାର ନାୟକ, ଦେବୋତ୍ତର ବିଭାଗୀୟ ଛତ୍ରପୁର ସର୍କଲ ବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ବିଡିଓ ଶରତ କୁମାର ପାତ୍ର, ତହସିଲଦାର ତଥା ଏନ୍‌ଏସି ନିର୍ବାହୀ ଅଧିକାରୀ ଗୋବିନ୍ଦ ଡନ୍‌ସେନା, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀଙ୍କ ସହ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହି ଯାତ୍ରା ପରିଚାଳନା କରୁଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୁବ ରଣାଙ୍କ ସମେତ ସମସ୍ତ ସେବାୟତ ମା’ ପୂଜାର୍ଚ୍ଚନା କରୁଛନ୍ତି। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ସାଦାପୋଷାକରେ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri