ଆରମ୍ଭ ହେଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ଗଣମାଧ୍ୟମ ପ୍ରବେଶ ଉପରେ ଲାଗିଲା ରୋକୋ

ପୁରୁଷୋତ୍ତମପୁର,୨୬।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର  ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କୁ ଦର୍ଶନ କରିବା ନିମନ୍ତେ ମଧ୍ୟ  ରାତିରୁ ମନ୍ଦିରରେ  ଭକ୍ତଙ୍କ ଭିଡ଼ ଲାଗଛି।  ମା’ ତାରାତାରିଣୀ ଦୁଇ ଭଉଣୀ ମହାକାଳୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।
ରାତି ୧୨.୪୫ରେ ମନ୍ଦିର ଦ୍ୱାର ଫିଟାହୋଇ ମାଜଣା, ମଙ୍ଗଳ ଆଳତି, ସିଙ୍ଗାର, ଅବକାଶ ଆଦି ପରମ୍ପରା ଅନୁସାରେ ସମସ୍ତ  ରୀତିନୀତି କରାଯାଇ ପୂଜାର୍ଚ୍ଚନା ହୋଇଥିଲା।  ପରେ ମା’ଙ୍କୁ ସେବାୟତମାନେ ମହାକାଳୀ ବେଶରେ ସଜ୍ଜିତ କରାଇବା ପରେ ଭୋର ୫.୪୫ରେ ସାହାଣ ମେଲା ହୋଇଥିଲା।  ପରେ  ମା’ ଭକ୍ତଙ୍କୁ ମହାକାଳୀ ରୂପରେ ଦର୍ଶନ ଦେଇଥିଲେ। ରାତ୍ର ତିନିଟାରୁ ମୂଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିବା ସେବାୟତ ବାପୁଜୀ ରଣାଙ୍କଠାରୁ ଜଣାପଡିଛି। ମା’ଙ୍କ ଯାତ୍ରାର ପ୍ରଚାରପ୍ରଶାର ପାଇଁ  ପୂର୍ବ ବର୍ଷମାନଙ୍କରେ ତତ୍କାଳୀନ ସ୍ଥାନୀୟ ପଶାସନିକ ଅଧିକାରୀମାନେ ଗଣମାଧ୍ୟମକୁ ଗୁରୁତ୍ୱ ଦେଉଥିବା ବେଳେ ଚଳିତବର୍ଷ ଗଣମାଧ୍ୟମକୁ ବାରଣ କରାଯାଇଛି। ଗଣମାଧ୍ୟମ ପ୍ରତିନିଧିମାନେ ଯେପରି ଯାତ୍ରାକୁ ନ ଯାଇପାରିବେ ସେ ନେଇ ଏକ ପ୍ରକାରର ରୋକ ଲଗାଯାଇଛି।  ବାଇକ୍‌ ପାସ ବ୍ୟବସ୍ତାକୁ  ବନ୍ଦକରିଦେଇ ବହୁଦୂରରେ  ଅଟକା ଯାଉଛି। ଯାହାଦ୍ବାରା ପାହାଡ ପାଦଦେଶକୁ ଯାଇ ଖବର ସଂଗ୍ରହ  ଲାଗି ଗଣମଧ୍ୟମ ପ୍ରତିନିଧିମାନେ ସୁଯୋଗ ପାଇ ନ ପାରି ଅଧ ରାସ୍ତାରୁ ଫେରିଆସିଛନ୍ତି। ପ୍ରଶାସନର ଅବ୍ୟବସ୍ଥା ପଦାରେ ପଡିଯିବା ଭୟରେ ଗଣମାଧ୍ୟମକୁ ରୋକ ଲଗାଇଥିବା କୁହାଯାଉଛି। ପ୍ରଶାସନର ଏଭଳି କାର୍ଯ୍ୟକୁନେଇ ପୁରୁଷୋତ୍ତମପୁର ପ୍ରେସକ୍ଲବ ପକ୍ଷରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri