ସରସ୍ବତୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ତୃତୀୟ ପାଳି ଯାତ୍ରା କରୋନା କଟକଣା ମଧ୍ୟରେ ଚାଲିଛି। ସୋମବାର ରାତି ସାଢେ ୧ଟାରେ ମନ୍ଦିର ଦ୍ୱାର ଫିଠା ଯାଇଥିଲା। ପରେ ପରମ୍ପରା ଅନୁସାରେ ମା’ଙ୍କ ଅବକାଶ ନୀତି, ମଙ୍ଗଳ ଆଳତି, ମାଜଣା ଆଦି ପୂଜାର୍ଚ୍ଚନା କରାଯାଇଥିଲା। ପରେ ସେବାୟତମାନେ ମା’ ତାରାତାରିଣୀଙ୍କୁ ସରସ୍ବତୀ ବେଶରେ ସଜ୍ଜିତ କରିଥିଲେ। ରାଜସ୍ବ ବିଭାଗୀୟ ସଚିବ ସତ୍ୟବ୍ରତ ସାହୁ ମା’ଙ୍କ ଦର୍ଶନ କରିଛନ୍ତି।

ଭୋର ସାଢେ ୪ଟାରେ ସାହାଣ ମେଲା ହୋଇ ମା’ତାରାତାରିଣୀ ସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ଏହି ଅବସରରେ ଜିଲା ଓ ଜିଲା ବାହାରୁ ମାନସୀକଧାରୀ ଆସି ପିଲାଙ୍କ ମୁଣ୍ଡନ କରିିଥିଲେ। ତୃତୀୟ ପାଳିରେ ମା’ଙ୍କ ଦର୍ଶନ ପାଇ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛନ୍ତି। ମା’ଙ୍କ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ୧୫ଟି ବସ୍‌ର ନିୟୋଜିତ କରାଯାଇଛି।

ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ, ତହସିଲଦାର ନିତିଶ କୁମାର ତ୍ରିପାଠୀ, ବିଡିଓ ବିଜୟ କୁମାର ବେହେରା, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡିଙ୍କ ତତ୍ତ୍ୱାବଧାନରେ ସେବାୟତ ବାପୁଜୀ ରଣା, ତପନ କୁମାର ରଣା, ଧ୍ରୁବ ରଣାଙ୍କ ସମେତ ସମସ୍ତ ସେବାୟତ ମା’ଙ୍କ ପୂଜାର୍ଚ୍ଚନା କରୁଛନ୍ତି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri