ମା’ତାରାତାରିଣୀଙ୍କ ଚୈତ୍ର ଯାତ୍ରାର ଦ୍ୱିତୀୟ ପାଳି

ପୁରୁଷୋତ୍ତମପୁର,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନସମାଗମ ହୋଇ ପାହାଡ଼ ଚତୁଃପାର୍ଶ୍ୱ ଲୋକାରଣ୍ୟ ହୋଇପଡିଛିଛି। ଦ୍ୱିତୀୟ ପାଳିରେ ରାତି ସାଢେ ୧୨ ଟାରୁ ମନ୍ଦିର ଦ୍ୱାର ଫିଟା ହୋଇ ରିତିନୀତି ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଶେକ ଆଦି ନିତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ତାରାତାରିଣୀଙ୍କୁ ମହାଲକ୍ଷ୍ମୀ ବେଶରେ ସଜ୍ଜିତ କରାଯାଇଥିଲା। ରାତି ୩.୪୫ ରେ ସାହାଣ ମେଲା ହୋଇ ମା’ ତାରା ତାରିଣୀ ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏହା ସହ ରାତି ୨ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା।

ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଯାତ୍ରାର ତଦାରଖ କରିଛନ୍ତି। ଛତ୍ରପୁର ଉପଜିଲାପାଳ ପ୍ରଶନ୍ନ କୁମାର ପାତ୍ର, ପୁରୁଷୋତ୍ତମପୁର ଏସଡିପିଓ ରଜନୀକାନ୍ତ ସାମଲ, ଆଇଆଇସି ପ୍ରିୟୁସ ରଞ୍ଜନ ଛୋଟରାୟ, ବିଡିଓ ବିଜୟ କୁମାର ବେହେରା, ତହସିଲଦାର ସନ୍ତୋଷ କୁମାର ସାହୁ, ମନ୍ଦିର ର୍ନିବାହୀ ଅଧିକାରୀ ଟିକେ ରେଡି ପ୍ରମୁଖ ଉପସ୍ଥିତ ରହି ଯାତ୍ରା ପରିଚାଳନା କରିବାରେ ଲାଗିଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୃବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri