ସରସ୍ବତୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ତୃତୀୟ ପାଳି ଯାତ୍ରା କରୋନା କଟକଣା ମଧ୍ୟରେ ଚାଲିଛି। ସୋମବାର ରାତି ସାଢେ ୧ଟାରେ ମନ୍ଦିର ଦ୍ୱାର ଫିଠା ଯାଇଥିଲା। ପରେ ପରମ୍ପରା ଅନୁସାରେ ମା’ଙ୍କ ଅବକାଶ ନୀତି, ମଙ୍ଗଳ ଆଳତି, ମାଜଣା ଆଦି ପୂଜାର୍ଚ୍ଚନା କରାଯାଇଥିଲା। ପରେ ସେବାୟତମାନେ ମା’ ତାରାତାରିଣୀଙ୍କୁ ସରସ୍ବତୀ ବେଶରେ ସଜ୍ଜିତ କରିଥିଲେ। ରାଜସ୍ବ ବିଭାଗୀୟ ସଚିବ ସତ୍ୟବ୍ରତ ସାହୁ ମା’ଙ୍କ ଦର୍ଶନ କରିଛନ୍ତି।

ଭୋର ସାଢେ ୪ଟାରେ ସାହାଣ ମେଲା ହୋଇ ମା’ତାରାତାରିଣୀ ସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ଏହି ଅବସରରେ ଜିଲା ଓ ଜିଲା ବାହାରୁ ମାନସୀକଧାରୀ ଆସି ପିଲାଙ୍କ ମୁଣ୍ଡନ କରିିଥିଲେ। ତୃତୀୟ ପାଳିରେ ମା’ଙ୍କ ଦର୍ଶନ ପାଇ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛନ୍ତି। ମା’ଙ୍କ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ୧୫ଟି ବସ୍‌ର ନିୟୋଜିତ କରାଯାଇଛି।

ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ, ତହସିଲଦାର ନିତିଶ କୁମାର ତ୍ରିପାଠୀ, ବିଡିଓ ବିଜୟ କୁମାର ବେହେରା, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡିଙ୍କ ତତ୍ତ୍ୱାବଧାନରେ ସେବାୟତ ବାପୁଜୀ ରଣା, ତପନ କୁମାର ରଣା, ଧ୍ରୁବ ରଣାଙ୍କ ସମେତ ସମସ୍ତ ସେବାୟତ ମା’ଙ୍କ ପୂଜାର୍ଚ୍ଚନା କରୁଛନ୍ତି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?