ଅନ୍ଧାରରେ ମା’ ତାରାତାରିଣୀ ମନ୍ଦିର; ମୋବାଇଲ ଲାଇଟରେ ପୂଜାର୍ଚ୍ଚନା, ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ

ପୁରୁଷୋତ୍ତମପୁର,୨।୧୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଅନ୍ଧକାରମୟ ହୋଇ ରହିଥିବା ବେଳେ ମୋବାଇଲ ଲାଇଟରେ ପୂଜାର୍ଚ୍ଚନା କରାଯାଉଥିବା ଭଳି ଦୃଶ୍ୟ ମଙ୍ଗଳବାର ଦେଖିବାକୁ ମିଳିଛି।

ମନ୍ଦିରର ବେଢ଼ା ଓ ଗର୍ଭଗୃହରେ ସନ୍ଧ୍ୟା ପରେ ଘୋର ଅନ୍ଧକାର ଲାଗି ରହୁଛି। ବର୍ତ୍ତମାନ ପର୍ଯ୍ୟଟନ ଋତୁ ଚାଲିଥିବାରୁ ପ୍ରତ୍ୟେକ ଦିନ ଶହ ଶହ ସଂଖ୍ୟାରେ ଭକ୍ତଙ୍କ ଭିଡ଼ ଲାଗୁଛି। ମାତ୍ର, ମନ୍ଦିରରେ ଆଲୋକର ବ୍ୟବସ୍ଥା ନଥିବାରୁ ସନ୍ଧ୍ୟା ଓ ରାତ୍ରି ସମୟରେ ଆସୁଥିବା ଭକ୍ତ ଓ ପର୍ଯ୍ୟଟକମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ଭକ୍ତ ନିଜ ମୋବାଇଲ ଟର୍ଚ୍ଚ ପକାଇ ମା’ଙ୍କୁ ଦର୍ଶନ କରୁଛନ୍ତି।

ମନ୍ଦିରରେ ଏଭଳି ପରିସ୍ଥିତି ଉପୁଜିଥିବା ସତ୍ତ୍ୱେ ଜିଲ୍ଲା ପ୍ରଶାସନ ଓ ମନ୍ଦିର ପ୍ରଶାସନ ଏଥିପ୍ରତି କୌଣସି ଦୃଷ୍ଟି ଦେଉନଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଭକ୍ତ ଓ ପର୍ଯ୍ୟଟକମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି।

ସାଧାରଣରେ ଦାବୀ ହୋଇଛି ଯେ, ମୁଖ୍ୟମନ୍ତ୍ରୀ, ପର୍ଯ୍ୟଟନ ମନ୍ତ୍ରୀ ଓ ଗଞ୍ଜାମ ଜିଲାପାଳ ତୁରନ୍ତ ଏହି ସମସ୍ୟା ଉପରେ ଦୃଷ୍ଟି ଦେଇ ଆବଶ୍ୟକୀୟ ପଦକ୍ଷେପ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?