ସରିଲା ଚୈତ୍ର ଯାତ୍ରା: ଆର ବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଶେଷ ଚତୁର୍ଥ ପାଳି ହୋଇଥିବା ବେଳେ ଭକ୍ତ ଆର ବର୍ଷକୁ ଅପେକ୍ଷା କରିଛନ୍ତି। ଅନ୍ୟପକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କ ଆର୍ଶିବାଦ ଭିକ୍ଷା କରୁଛନ୍ତି। ଏପରି କି ଶେଷ ପାଳିରେ ମା’ ମହିଷାମର୍ଦ୍ଦିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

ଅନ୍ତମ ପାଳିରେ ରାତି ସାଢେ ଗୋଟାଏରୁ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଷେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ଙ୍କୁ ମହିଷା ମର୍ଦ୍ଦିନୀ ବେଶରେ ସଜ୍ଜିତ କରାଯାଇଥିଲା। ଭୋର ସାଢେ ୪ଟାରେ ସାହାଣ ମେଳା ହୋଇ ମା’ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ରାତି ସାଢେ ୩ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା। କେନ୍ଦ୍ରସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଚନ୍ଦ୍ରଶେଖର କୁମାର ମା’ଙ୍କୁ ଦର୍ଶନ କରିଥିଲେ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଏସ୍‌ପି ଜଗନମୋହନ ମିନା ପ୍ରମୁଖ ଉପସ୍ଥିତ ରହି ଯାତ୍ରାର ପରିଚାଳନା କାର୍ଯ୍ୟ ତଦାରଖ କରିଛନ୍ତି। ଛତ୍ରପୁର ସର୍କିଲର ଦେବୋତ୍ତର ବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର, ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ ଓ ଆଇଆଇସି ପିୟୁସ ରଞ୍ଜନ ଛୋଟରାୟ, ବିଡିଓ ବିଜୟ କୁମାର ବେହେରା, ତହସିଲଦାର ସନ୍ତୋଷ କୁମାର ସାହୁ, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି ପ୍ରମୁଖ ଯାତ୍ରା ପରିଚାଳନା କରୁଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୁବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri