ସରିଲା ଚୈତ୍ର ଯାତ୍ରା: ଆର ବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଶେଷ ଚତୁର୍ଥ ପାଳି ହୋଇଥିବା ବେଳେ ଭକ୍ତ ଆର ବର୍ଷକୁ ଅପେକ୍ଷା କରିଛନ୍ତି। ଅନ୍ୟପକ୍ଷେ ହଜାର ହଜାର ଶ୍ରଦ୍ଧାଳୁ ମା’ଙ୍କ ଆର୍ଶିବାଦ ଭିକ୍ଷା କରୁଛନ୍ତି। ଏପରି କି ଶେଷ ପାଳିରେ ମା’ ମହିଷାମର୍ଦ୍ଦିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

ଅନ୍ତମ ପାଳିରେ ରାତି ସାଢେ ଗୋଟାଏରୁ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଷେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ଙ୍କୁ ମହିଷା ମର୍ଦ୍ଦିନୀ ବେଶରେ ସଜ୍ଜିତ କରାଯାଇଥିଲା। ଭୋର ସାଢେ ୪ଟାରେ ସାହାଣ ମେଳା ହୋଇ ମା’ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ରାତି ସାଢେ ୩ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା। କେନ୍ଦ୍ରସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଚନ୍ଦ୍ରଶେଖର କୁମାର ମା’ଙ୍କୁ ଦର୍ଶନ କରିଥିଲେ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଏସ୍‌ପି ଜଗନମୋହନ ମିନା ପ୍ରମୁଖ ଉପସ୍ଥିତ ରହି ଯାତ୍ରାର ପରିଚାଳନା କାର୍ଯ୍ୟ ତଦାରଖ କରିଛନ୍ତି। ଛତ୍ରପୁର ସର୍କିଲର ଦେବୋତ୍ତର ବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର, ପୁରୁଷୋତ୍ତମପୁର ଏସ୍‌ଡିପିଓ ରଜନୀକାନ୍ତ ସାମଲ ଓ ଆଇଆଇସି ପିୟୁସ ରଞ୍ଜନ ଛୋଟରାୟ, ବିଡିଓ ବିଜୟ କୁମାର ବେହେରା, ତହସିଲଦାର ସନ୍ତୋଷ କୁମାର ସାହୁ, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି ପ୍ରମୁଖ ଯାତ୍ରା ପରିଚାଳନା କରୁଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୁବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri