ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ ଦୁଇଭଉଣୀ ବାସନ୍ତିକ ଦୂର୍ଗା ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମା’ଙ୍କୁ ଚୈତ୍ରମାସର ଏହି ଶେଷ ମଙ୍ଗଳବାରରେ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇ ନିଜ ନିଜର ଶୁଭ ମନାସି ପୁଣି ଆରବର୍ଷକୁ ଅପେକ୍ଷା କରିଛନ୍ତି।
ବହୁ ଦୂରଦୂରାନ୍ତରୁ ଭକ୍ତମାନେ ମା’ଙ୍କୁ ଦର୍ଶନ କରିବା ନିମନ୍ତେ ମନ୍ଦିରକୁ ଛୁଟି ଆସିବା ସହ ମନସ୍କାମନା ପୂରଣ ହେବା ଲାଗି ମାନସିକଧାରୀମାନେ ନିଜ ନିଜ ଶିଶୁଙ୍କର ମୁଣ୍ଡନ କରାଇଛନ୍ତି। ଏହି ପାଳିରେ ଭୋର ସକାଳ ୨.୩୦ରୁ ମନ୍ଦିର ଦ୍ୱାର ଫିଟାଦ୍‌ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର,ପଞ୍ଚଶୁତ୍ର ଅଭିଶେକ ଆଦି ନୀତିକାନ୍ତିରେ ବିଭିନ୍ନ ପୂଜାର୍ଚ୍ଚନା କରାଯାଇ ମା’ ତାରାତାରିଣୀ ଦୁଇ ଭଉଣୀଙ୍କୁ ବାସନ୍ତିକ ଦୂର୍ଗା ବେଶରେ ସଜ୍ଜିତ କରାଯାଇଥିଲା। ଭୋର ୪.୩୦ରେ ସାହାଣ ମେଲା ହୋଇ ମା’ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ଏହାସହ ଭୋର ୩ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା। ଭକ୍ତମାନେ ପାହାଡ଼ ପାଦଦେଶ ମୁଣ୍ଡନ ଶାଳାରେ ନିଜ ନିଜର ଶିଶୁଙ୍କୁ ମୁଣ୍ଡନ କରାଇ କେହି ୯୯୯ ପାହାଛ ଚଢି ତ ଆଉକେହି ବସ ଓ ରୋପୱେ ମାଧ୍ୟମରେ ପାହାଡ ଉପର ମନ୍ଦିରକୁ ଯାଇ ମା’ଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ।

କିଭଳି ଶାନ୍ତି ଶୃଙ୍ଖଳାର ସହ ମା’ଙ୍କ ଚୈତ୍ର ଯାତ୍ରା ଶେଷ ହେବ ସେ ନେଇ ଗଞ୍ଜାମ ଜିଲାପାଳ ଭି କିର୍ତ୍ତୀ ୱାସନ ଆସି ତଦାରଖ କରିବାରେ ଲାଗିଥିବାବେଳେ ଛତ୍ରପୁର ଉପଜିଲାପାଳ ଶୁଭାଷିଶ ବରାଳ, ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା, ବିଡିଓ ଶରତ କୁମାର ପାତ୍ର, ଏନଏସି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ, ଏସଡିପିଓ ସୁଜିତ କୁମାର ନାୟକ, ଆଇଆଇସି କୁଳମଣି ସେଠୀ ଉପସ୍ଥିତ ରହି ପରିଚାଳନା କରିବାରେ ଲାଗିଥିବା ବେଳେ ତହସିଲ କର୍ମଚାରୀ, ପୋଲିସ ଫୋର୍ସ ଓ ସ୍ବେଚ୍ଛାସେବୀମାନେ ସହଯୋଗ କରିବା ସହ ସେବାୟତ ସଂଘ ସଭାପତି ତପନ ରଣା,ବାପୁଜୀ ରଣାଙ୍କ ସମେତ ସମସ୍ତ ସେବାୟତମାନେ ପୂଜାର୍ଚ୍ଚନା କରିବାରେ ଲାଗିପଡିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?