ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ ମନ୍ଦିର ପରିଚାଳନା କମିଟି, ଜିଲା ପ୍ରଶାସନ, ପୋଲିସ ଓ ସେବାୟତଙ୍କ ଉପସ୍ଥିତିରେ ହୁଣ୍ଡି ଖୋଲାଯାଇଥିଲା । ବିଳମ୍ବିତ ରାତି ପର୍ଯ୍ଯନ୍ତ ତହସିଲ କର୍ମଚାରୀମାନେ ଉପସ୍ଥିତ ରହି ଟଙ୍କାର ଗଣତି କରିଥିଲେ।

ଦାନହୁଣ୍ଡିରୁ ସୁନା, ରୁପା ଅଳଙ୍କାର, ବିଦେଶି ମୁଦ୍ରା ସହ ମୋଟ ୨୫ ଲକ୍ଷ ୯୧ ହଜାର ୭୪୩ ଟଙ୍କା ମିଳିଥିବା ଜଣାପଡ଼ିଛି । ମା’ଙ୍କ ଦର୍ଶନ ଓ ଆଶୀର୍ବାଦ ପାଇଁ ଆସୁଥିବା ଭକ୍ତମାନଙ୍କ ଦାନରୁ ଏହି ଅର୍ଥରାଶି ସଂଗୃହୀତ ହୋଇଛି । ହୁଣ୍ଡିକୁ ଖୋଲି ଗଣତିକରିବା ସମୟରେ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଅତିରିକ୍ତ ତହସିଲଦାର କେ. ଦେବାଶିଷ ମହାପାତ୍ର, ଆଶିଶ କୁମାର ସାହୁ, ପୁରୁଷୋତ୍ତମପୁର ଥାନା ଏସ୍‌ଆଇ କିରଣ କୁମାର ବକ୍ସି, ସେବାୟତ ବାପୁଜି ରଣାଙ୍କ ସମେତ ପୋଲିସ କର୍ମଚାରୀ ଓ ତହସିଲ କର୍ମଚାରୀମାନେ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?