ମଙ୍ଗଳବାରଠୁ ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ଯାତ୍ରା ଆରମ୍ଭ: ଲକ୍ଷାଧିକ ଭକ୍ତଙ୍କ ପାଇଁ ଜିଲାପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପୁରୁଷୋତ୍ତମପୁର,୧୭।୩ (ସିମାଞ୍ଚଳ ମିଶ୍ର) : ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆସନ୍ତାକାଲିଠାରୁ ଆରମ୍ଭ ହେବ । ଏଥିନେଇ ଜିଲାପ୍ରଶାସନ ଓ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାରର ପ୍ରସ୍ତୁତି ସରିଛି। ଚଳିତ ବର୍ଷ ୪ଟି ମଙ୍ଗଳବାର ପାଳି ପଡୁଥିବାରୁ କିପରି ମା’ଙ୍କ ଯାତ୍ରା ସୁଚାରୁ ରୂପେ ହେବ ସେନେଇ ସେବାୟତସଂଘ ସଭାପତି ତପନରଣା ନିର୍ଦେଶ ଦେଇଛନ୍ତି । ଏହାସହ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାବେଳେ ଜିଲାପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଚଣ୍ଡ ଖରାଦାଉରୁ କିପରି ଭକ୍ତଙ୍କୁସୁରକ୍ଷା ଦିଆଯିବ ସେଥିନେଇ ନରସଂହପୁର ଛକଠାରୁ ମନ୍ଦିର ପର୍ଯ୍ୟନ୍ତ ଛାଇର ବ୍ୟବସ୍ଥା କରିବା, ଶିଶୁଙ୍କ ମୁଣ୍ଡନଲାଗି ୪ ଗୋଟି ମୁଣ୍ଡନ ଶାଳାର ନିର୍ମାଣ, ଭକ୍ତଙ୍କ ଖାଇବାଲାଗି ମାଗଣାରେ ଅନ୍ନପ୍ରସାଦର ବ୍ୟବସ୍ଥାକରାଯାଇଛି।

ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ ଲାଗି ଦୁଇଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି,୧୦ ଜଣ ଇନ୍ସପେକ୍ଟର,୧୦୦ରୁ ଉର୍ଦ୍ଧ୍ୱ ଏସଆଇଙ୍କ ସମେତ କନଷ୍ଟେବଲ,ହୋମଗାର୍ଡ ଓ ୧୩ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିବା ବେଳେ ଚୋରି ଡକାୟତି ରୋକିବା ଲାଗି ମନ୍ଦିର ଭିତରେ ଓ ବାହାରେ ସାଧାପୋଷାକଧାରୀ ପୋଲିସ ମୁତୟନ ରହିଛନ୍ତି। ଏହାସହ ରୁଷିକୂଲ୍ୟା ନଦୀ ଘାଟରେ ଓ ଯାତ୍ରାସ୍ଥଳରେ ଅଗ୍ନିଶମ ବାହିନୀ ମୁତୟନ ରହିଛନ୍ତ। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଏସପି ଶୁଭେନ୍ଦୁ ପାତ୍ର ଆସି ତଦାରଖ କରିବାରେ ଲାଗିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri