‘ଦିନଟିଏ ଉପାସ ରହିବେ ମା’ ତାରିଣୀ’

ଘଟଗାଁ,୧୩।୭(ଡି.ଏନ.ଏ.) – ଆସନ୍ତା ଗୁରୁବାର ଘଟଗାଁ ମା’ ତାରିଣୀଙ୍କ ଆଷାଢୀ ପର୍ବ ପାଳନ କରାଯିବ। ଏଥିପାଇଁ ଗତ ସୋମବାର ତାରିଣୀ ମନ୍ଦିର ପରିଚାଳନା ବୋର୍ଡ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଏନେଇ ବ୍ୟାପକ ଆଲୋଚନା କରାଯାଇ ମା’ଙ୍କ ଏହି ପର୍ବ କିପରି ଶାନ୍ତି ଶୃଙ୍ଖଳାରେ ଶେଷ ହେବ ଏଥିପାଇଁ ବିଚାର ବିମର୍ଶ କରାଯାଇଥିଲା। ୨୨ଖଣ୍ଡ ମୌଜାର ଗ୍ରାମ ମୁଖ୍ୟ ଓ ଗ୍ରାମଦେବତୀଙ୍କ ପୂଜକମାନଙ୍କୁ ଏଥିପାଇଁ ନିମନ୍ତ୍ରଣ କରାଯାଇଛି। ସନ୍ଧ୍ୟାରେ ମନ୍ଦିର ଖୋଲିବା ପରେ ସେମାନେ ସମସ୍ତେ ମା’ଙ୍କ ଆଷାଢୀ ପୂଜା ପାଇଁ ଭୋଗ ଡାଲା ଓ ବୋଜା ଧରି ଭିତରକୁ ଯାଇ ଏହି ପୂଜା କରିବେ।
ଏହି ପୂଜା କାହିଁି କେତେ କାଳରୁ ପ୍ରଚଳିତ ହୋଇ ଆସୁଛି। ଏହି ପୂଜାକୁ ନେଇ ସ୍ଥାନୀୟ ଲୋକଙ୍କ ବହୁ ଆସ୍ଥା ଓ ବିଶ୍ୱାସ ରହିଛି। ପରମ୍ପରା ଅନୁଯାୟୀ ସେଦିନ ସକାଳୁ ସନ୍ଧ୍ୟା ଯାଏ ମନ୍ଦିର ବନ୍ଦ ରହିବ। କୌଣସି ପୂଜାନୀତି ହେବ ନାହିଁ। ଏହି ବନ୍ଦ ସମୟରେ ମା’ ତାରିଣୀ ବର୍ଷରେ ଗୋଟିଏ ଦିନ ଉପବାସ ରହି ଭଗବାନ ବିଷ୍ଣୁଙ୍କ ଧ୍ୟାନରେ ରହି ପ୍ରଜାମାନଙ୍କ ମଙ୍ଗଳ କାମନା କରିଥାନ୍ତି। କେହି କେହି ଏହାକୁ କୃଷି ଓ କୃଷକମାନଙ୍କ ଶୁଭକାମନା କରି କିପରି ଭଲ ଚାଷ ହେବ ସେଥିପାଇଁ ମା’ ତାରିଣୀ ଉପବାସରେ ରହୁଥିବା କହିଥାନ୍ତି। ଏହି ପର୍ବରେ ଆଉ ଏକ ବିଶେଷତ୍ୱ ହେଲା ନିଶା ପୂଜା। ଯାହାକୁ ବିଳମ୍ବିତ ରାତିରେ କେବଳ ବରିଷ୍ଠ ପୂଜକମାନଙ୍କ ଦ୍ୱାରା କରାଯାଇଥାଏ। ସେଦିନ ସକାଳୁ ବରିଷ୍ଠ ପୂଜକମାନେ ଉପବାସ ରହି ରାତିରେ ଏହି ପୂଜା କରିବାପରେ ପ୍ରସାଦ ପାଇଥାନ୍ତି। ଦିନତମାମ ମନ୍ଦିର ବନ୍ଦ ପରେ ସନ୍ଧ୍ୟା ୭ଟାରେ ପହଡ଼ ଖୋଲିବା ମାତ୍ରେ ଭିଡ଼ ଜମିଥାଏ। ମା’ଙ୍କ ଆଷାଢୀ ପୂଜା ଓ ସୁନାବେଶ ଦର୍ଶନ ପାଇଁ ପ୍ରବଳ ଜନ ସମାଗମ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ପୋଲିସ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ମନ୍ଦିର ପରିଚାଳନା ବୋର୍ଡର ସଭାପତି ରାଜେନ୍ଦ୍ର କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବରିଷ୍ଠ ସଦସ୍ୟ କ୍ଷୀରୋଦ ପ୍ରସାଦ ଦାସ, ରୁଦ୍ର ନାରାୟଣ ମହାନ୍ତ, ପ୍ରମୋଦ କୁମାର ଦେହୁରୀ, ଆନନ୍ଦ ଚନ୍ଦ୍ର ସିଂହ, ନିର୍ମଳ କୁମାର ମହାନ୍ତି, ଦୟାନିଧି ମହାନ୍ତ ଓ ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ସଞ୍ଜୀବ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ବୈଠକ ପରେ ବରିଷ୍ଠ ପୂଜକ ଶ୍ୟାମସୂନ୍ଦର ଦେହୁରୀ, ଦୋଳଗୋବିନ୍ଦ ଦେହୁରୀ ଓ ନଟବର ଦେହୁରୀଙ୍କ ସହ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri