ଆଜିଠାରୁ ମା’ ତାରିଣୀଙ୍କ ଚଇତିପର୍ବ

ଘଟଗାଁ,୯ା୪(ଡି.ଏନ.ଏ): କେନ୍ଦୁଝର ଜିଲାର ଘଟଗାଁରେ ଅବସ୍ଥିତ ମା’ ତାରିଣୀଙ୍କ ୮୭ତମ ଚଇତିପର୍ବ ରବିବାରଠାରୁ ଆରମ୍ଭ ହେବ। ପର୍ବ ସପ୍ତାହେ ବ୍ୟାପି ଚାଲିବ। ପ୍ରତ୍ୟେକ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ମାଗଣା ଅନ୍ନପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ରହିଛି। ଏହି ଉପଲକ୍ଷେ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୨୦ ନମ୍ବର ଜାତୀୟ ରାଜପଥର ପୂର୍ବପାର୍ଶ୍ୱ, ପଶ୍ଚିମପାର୍ଶ୍ୱ, ଉପରଡ଼ିହା ରାସ୍ତା, ହରିଚନ୍ଦନପୁର ରାସ୍ତା, ବାଇପାସ ଓ କଲେଜଛକ ନିକଟରେ ସ୍ବାଗତ ତୋରଣ ସହ ଆଲୋକ ଗେଟ୍‌ କରାଯାଇଛି। ମନ୍ଦିର ପରିସରକୁ ତାରପଲିନ ଛାଉଣି ସହ ଶୃଙ୍ଖଳା ଦର୍ଶନ ପାଇଁ ବାରିକେଡ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେହ ଭକ୍ତଙ୍କ ସମାଗମ ନେଇ ପାର୍କିଂ ବ୍ୟବସ୍ଥା କରାଯାଇଛି। ବ୍ରାହ୍ମମୁହୂର୍ତ୍ତରେ ପୂଜକମାନଙ୍କ ଦ୍ୱାରା ମା’ଙ୍କ ଷୋଡ଼ଶ ନୀତି ଅନୁଯାୟୀ ପୂଜା କରାଯିବ। ପରେ ମା’ଙ୍କ ସୁନାବେଶ ଅନୁଷ୍ଠିତ ହେବ। ଘଟଗାଁବ୍ରାହ୍ମଣ ସମାଜ ତରଫରୁ ଦେବୀସ୍ମୃତି ଓ ଗୀତାପାଠ କରାଯିବ। ସେହିପରି ପୀଠରେ ଭାଗବତ ପାଠ, ଚଣ୍ଡୀପାଠ ଓ ପାଲାମଣ୍ଡପରେ ସତ୍ୟନାରାୟଣ ପୂଜା ଚାଲିବ। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ପୋଲିସ ଓ ସ୍ବେଛାସେବୀ ନିୟୋଜିତ କରାଯାଇଛି। କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ, ଏସ୍‌ପି ମିତ୍ରଭାନୁ ମହାପାତ୍ର ପ୍ରତିଟି କାର୍ଯ୍ୟକୁ ଅନୁଧ୍ୟାନ କରୁଛନ୍ତି। କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ତହସିଲଦାର ଜନକ ନାଏକ, ଏସ୍‌ଡିପିଓ ସୁଶୀଲ ମିଶ୍ର, ଥାନା ଅଧିକାରୀ ପ୍ରତିଭା ମଞ୍ଜରୀ ସାହୁ, ଆରଆଣ୍ଡବିର ସହକାରୀ ଯନ୍ତ୍ରୀ ଚିତରଞ୍ଜନ ନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ ମହେଶ୍ୱର ସେଠୀ, ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ସଞ୍ଜୀବ ମହାପାତ୍ର, ଡିଭିଜନାଲ ଇନ୍ସପେକ୍ଟର ଦକ୍ଷିଣ ମାରାଣ୍ଡି ଉପସ୍ଥିତ ରହି ମନ୍ଦିର ବେଢ଼ା ଓ ବାହାରେ ଭକ୍ତଙ୍କ ସୁରକ୍ଷା ଓ ଅନ୍ୟାନ୍ୟ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ଘଟଗଁା ଏସ୍‌ଡିପିଓ ଓ ଥାନା ଅଧିକାରୀ ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri