ଆଜିଠାରୁ ମା’ ତାରିଣୀଙ୍କ ଚଇତିପର୍ବ

ଘଟଗାଁ,୯ା୪(ଡି.ଏନ.ଏ): କେନ୍ଦୁଝର ଜିଲାର ଘଟଗାଁରେ ଅବସ୍ଥିତ ମା’ ତାରିଣୀଙ୍କ ୮୭ତମ ଚଇତିପର୍ବ ରବିବାରଠାରୁ ଆରମ୍ଭ ହେବ। ପର୍ବ ସପ୍ତାହେ ବ୍ୟାପି ଚାଲିବ। ପ୍ରତ୍ୟେକ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ମାଗଣା ଅନ୍ନପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ରହିଛି। ଏହି ଉପଲକ୍ଷେ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୨୦ ନମ୍ବର ଜାତୀୟ ରାଜପଥର ପୂର୍ବପାର୍ଶ୍ୱ, ପଶ୍ଚିମପାର୍ଶ୍ୱ, ଉପରଡ଼ିହା ରାସ୍ତା, ହରିଚନ୍ଦନପୁର ରାସ୍ତା, ବାଇପାସ ଓ କଲେଜଛକ ନିକଟରେ ସ୍ବାଗତ ତୋରଣ ସହ ଆଲୋକ ଗେଟ୍‌ କରାଯାଇଛି। ମନ୍ଦିର ପରିସରକୁ ତାରପଲିନ ଛାଉଣି ସହ ଶୃଙ୍ଖଳା ଦର୍ଶନ ପାଇଁ ବାରିକେଡ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେହ ଭକ୍ତଙ୍କ ସମାଗମ ନେଇ ପାର୍କିଂ ବ୍ୟବସ୍ଥା କରାଯାଇଛି। ବ୍ରାହ୍ମମୁହୂର୍ତ୍ତରେ ପୂଜକମାନଙ୍କ ଦ୍ୱାରା ମା’ଙ୍କ ଷୋଡ଼ଶ ନୀତି ଅନୁଯାୟୀ ପୂଜା କରାଯିବ। ପରେ ମା’ଙ୍କ ସୁନାବେଶ ଅନୁଷ୍ଠିତ ହେବ। ଘଟଗାଁବ୍ରାହ୍ମଣ ସମାଜ ତରଫରୁ ଦେବୀସ୍ମୃତି ଓ ଗୀତାପାଠ କରାଯିବ। ସେହିପରି ପୀଠରେ ଭାଗବତ ପାଠ, ଚଣ୍ଡୀପାଠ ଓ ପାଲାମଣ୍ଡପରେ ସତ୍ୟନାରାୟଣ ପୂଜା ଚାଲିବ। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ପୋଲିସ ଓ ସ୍ବେଛାସେବୀ ନିୟୋଜିତ କରାଯାଇଛି। କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ, ଏସ୍‌ପି ମିତ୍ରଭାନୁ ମହାପାତ୍ର ପ୍ରତିଟି କାର୍ଯ୍ୟକୁ ଅନୁଧ୍ୟାନ କରୁଛନ୍ତି। କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ତହସିଲଦାର ଜନକ ନାଏକ, ଏସ୍‌ଡିପିଓ ସୁଶୀଲ ମିଶ୍ର, ଥାନା ଅଧିକାରୀ ପ୍ରତିଭା ମଞ୍ଜରୀ ସାହୁ, ଆରଆଣ୍ଡବିର ସହକାରୀ ଯନ୍ତ୍ରୀ ଚିତରଞ୍ଜନ ନାୟକ, ସହକାରୀ ନିର୍ବାହୀ ଯନ୍ତ୍ରୀ ମହେଶ୍ୱର ସେଠୀ, ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ସଞ୍ଜୀବ ମହାପାତ୍ର, ଡିଭିଜନାଲ ଇନ୍ସପେକ୍ଟର ଦକ୍ଷିଣ ମାରାଣ୍ଡି ଉପସ୍ଥିତ ରହି ମନ୍ଦିର ବେଢ଼ା ଓ ବାହାରେ ଭକ୍ତଙ୍କ ସୁରକ୍ଷା ଓ ଅନ୍ୟାନ୍ୟ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ଘଟଗଁା ଏସ୍‌ଡିପିଓ ଓ ଥାନା ଅଧିକାରୀ ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?