Odisha Elections 2024

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ ବିରାଟ ପଟୁଆରରେ ଲୋହାରସାହି ବାସିନ୍ଦା ସାହିକୁ ନିମନ୍ତ୍ରଣ କରି ନେଇଥିଲେ। ଆନ୍ଧ୍ର ପ୍ରଦେଶରୁ କାଳୀଙ୍କ ପାରମ୍ପରିକ ନୃତ୍ୟ ଓ ବାଘ ନାଚ, ଘଣ୍ଟ, ଢୋଲ, ଚାଙ୍ଗୁ ବାଦ୍ୟ ଓ ବାଣରେ ଦାରିଙ୍ଗବାଡି ପ୍ରକମ୍ପିତ ହୋଇଥିଲା।

ଲୋହରା ସାହିଙ୍କ ପକ୍ଷରୁ ସାହି ସଭାପତି ଅମରେଶ ସାହୁଙ୍କ ସମେତ ଅରୁଣ ପ୍ରଧାନ, ନୃସିଂହ ସାହୁ, ସୁରଥ ପ୍ରଧାନ, ଚନ୍ଦନ ଦାସ, କାଳିଆ ସାହୁ, ଜିଲୁ ଡାକୁଆ, ବିନାୟକ ଡାକୁଆ, ଆଲୋକ ତ୍ରିପାଠୀ, ବସନ୍ତ ବେହେରା, ଅତୁଲ ପ୍ରଧାନ, ଟୁକୁନା ସାହୁଙ୍କ ସମେତ ଅନ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ପ୍ରତିଦିନ ଭଳି ଯାତ୍ରାର ଶେଷ ଦିନରେ ମେଲୋଡି ମଧ୍ୟ ଅନୁଷ୍ଠିତ ହୋଇଥିଲା। ସେହିପରି ଯାତ୍ରାରେ ଘଟ ପରିକ୍ରମା ସମୟରେ ମାନସିକଧାରୀ ବିଭିନ୍ନ ବେଶ ଧାରଣ କରି ଗାଁ ବଜାର ବୁଲି ଥିଲେ। ବେଶ ଧାରୀଙ୍କୁ ଦେଖିବା ପାଇଁ ଦର୍ଶକଙ୍କ ଭିଡ଼ ଜମିଥିଲା।

ଯାତ୍ରା ଦେଖିବାକୁ ଜିଲା ତଥା ଜିଲା ବାହାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ସେହିପରି ସୋମବାର ଏହାର ପୂର୍ଣ୍ଣାହୁତି ପୂଜା କରାଯାଇଥିଲା। ମା’ ମନ୍ଦିରକୁ ବାହୁଡ଼ିବା ପୂର୍ବରୁ ମାଉସୀଙ୍କ ଘର ନୀଳକନ୍ଦର ସାହିକୁ ବିରାଟ ପଟୁଆରରେ ଯାଇ ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ନିଜ ଘରକୁ ତଥା ମନ୍ଦିରକୁ ଫେରିଥିଲେ। ସୂଚନା ଯୋଗ୍ୟ, ଗତ ମାସ ୨୩ରୁ ଏହି ଯାତ୍ରା ଶୁଭାରମ୍ଭ ହୋଇଥିଲା। ମଙ୍ଗଳବାର ମା’ଙ୍କୁ ପଣା ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଥିବା କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ।...

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର...

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି...

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri