ହସ୍ତିନାପୁର ତୋରଣରେ ଶୋଭା ପାଇବେ ମା’

ଭୁବନେଶ୍ୱର,୯।୧୦(ଶର୍ମିଷ୍ଠା ପାଣିଗ୍ରାହୀ):୬୦ବର୍ଷରେ ପହଞ୍ଚିଛି ବମିଖାଲ ଦୁର୍ଗାପୂଜା। ପ୍ରତିବର୍ଷ ଭଳି ଏଥର ମଧ୍ୟ ମା’ ଦୁର୍ଗତିନାଶିନୀଙ୍କ ଆଗମନ ପାଇଁ ବମିଖାଲ ଦୁର୍ଗା ପୂଜା ସମିତି ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ଚଳିତବର୍ଷ ହସ୍ତିନାପୁର ତୋରଣରେ ପୂଜା ପାଇବେ ମା’। ୨ ମାସ ହେବ କାରିଗରମାନେ କାମରେ ଲାଗି ପଡ଼ିଛନ୍ତି। ଓଡ଼ିଶା ଓ କୋଲକାତାର ପ୍ରାୟ ୪୦ରୁ ଅଧିକ କାରିଗର ତୋରଣ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ସେହିପରି କଟକର କାରିଗରମାନେ ମା’ଙ୍କ ମୂର୍ତ୍ତି ତିଆରି କରୁଛନ୍ତି। ମୂର୍ତ୍ତିର ଉଚ୍ଚତା ୧୨ ଫୁଟ ଓ ମେଢର ଉଚ୍ଚତା ପ୍ରାୟ ୨୫ ରୁ ୩୦ ଫୁଟ ରହିବ। ଏଥର ବଜେଟ ପ୍ରାୟ ୫୦ ଲକ୍ଷରୁ ଅଧିକ ରହିଛି। ଷଷ୍ଠୀରୁ ଦଶମୀ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ସାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ମେଲୋଡ଼ି ସହ ଭଜନ ସମାରୋହ ଅନୁଷ୍ଠିତ ହେବ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଦଶମୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅଷ୍ଟମୀ ଦିନ ମହାପ୍ରସାଦ କରାଯିବ। ପ୍ରତିଦିନ ଖେଚୁଡ଼ି ଭୋଗ ଓ ନବମୀରେ ମା’ଙ୍କ ପାଖେ ଦହି ପଖାଳ ଭୋଗ ଲାଗିହେବ। ଭିଡ଼କୁ ଲକ୍ଷ୍ୟରେ ରଖି ସମିତି ପକ୍ଷରୁ ୩୦ଜଣ ସ୍ବେଛାସେବୀ ଓ ୧୦ଜଣ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯିବ। ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯିବ। ସେହିପରି ପାରମ୍ପରିକ ବାଦ୍ୟଯାନ୍ତ୍ର, ଘୋଡ଼ା ନାଚ, ବୁଢ଼ୀ ନାଚ, ଡିଜେ ସହ ଭସାଣି ଶୋଭାଯାତ୍ରା ବମିଖାଲରୁ ବାହାରି ରସୁଲଗଡ଼ ଦୁର୍ଗାମଣ୍ଡପ ପର୍ଯ୍ୟନ୍ତ ଯିବ। ସେଠାରୁ ରାଜମହଲ ପର୍ଯ୍ୟନ୍ତ ଭସାଣି କାର୍ଯ୍ୟକ୍ରମ ଚାଲିବ। ଏହାପରେ କୁଆଖାଇ ନଦୀରେ ମା’ଙ୍କ ବିସର୍ଜନ କରାଯିବ। ରବିବାର ସମିତି ପକ୍ଷରୁ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?