ରୁପା ମୁକୁଟରେ ଝଲସିବେ ମା’

କେନ୍ଦୁଝର,୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଡେଲି ମାର୍କେଟ ରାସ ପଡ଼ିଆ ସ୍ଥିତ ଶ୍ରୀଶ୍ରୀ ଦୁର୍ଗାଦେବୀ ପୀଠରେ ଦୁର୍ଗାପୂଜା କମିଟି ପକ୍ଷରୁ ଭାଇଚାରାର ଉତ୍ସବ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ସରିଛି। ୧୯୬୪ ମସିହାରେ ଆରମ୍ଭ ହୋଇଥିବା ଏହି ପୂଜା ୫୮ ବର୍ଷରେ ପଦାର୍ପଣ କରିଛି। ଏହାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ପାଇଁ ସ୍ଥାନୀୟ ବଣିକ ସଂଘ ତଥା ଅନ୍ୟାନ୍ୟ ପୂଜା କମିଟି ସହଯୋଗରେ ଦୁର୍ଗାପୂଜା କମିଟି ପକ୍ଷରୁ ଉଦ୍ୟମ କରାଯାଉଛି ା ଶନିବାରଠାରୁ ଷଷ୍ଠୀ ପୂଜା ଆରମ୍ଭ ହେଉଥିବା ବେଳେ ଚଳିତ ବର୍ଷ ମା’ଙ୍କ ସମେତ ପାର୍ଶ୍ୱ ଦେବଦେବୀ ରୁପା ମୁକୁଟରେ ଝଲସିବେ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରକାରେ ଶନିବାର ତପୋ ଷଷ୍ଠୀ ପୂଜା ଆରମ୍ଭ ହୋଇ ମହାସପ୍ତମୀରେ ଦେବଶାସ୍ତ୍ର ପୂଜା, ଚଣ୍ଡୀପାଠ ଓ ହୋମ ଅନୁଷ୍ଠିତ ହେବ। ସେହିପରି ମହାଷ୍ଟମୀ ଦିନରେ ସନ୍ଧିପୂଜା, ବ୍ରତ ପୂଜା ଓ ଦୀପଦାନ ଅନୁଷ୍ଠିତ ହେବାକୁ ଥିବା ବେଳେ ମହାନବମୀରେ ଅନ୍ନପୂୂର୍ଣ୍ଣା ବେଶ ଧାରଣ ଏବଂ ବିଜୟା ଦଶମୀ ଦିନ ଅପରାଜିତା ପୂଜା, ଘଟ ବିସର୍ଜନ ଅନୁଷ୍ଠିତ ହେବ। ଦଶହରା ପରଦିନ ଭସାଣି ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ଅବସରରେ ଦୈନିକ ଭୋଗ ବଣ୍ଟନ ସାଙ୍ଗକୁ ଭଜନ ସମାରୋହ, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି କମିଟି ତରଫରୁ କୁହାଯାଇଛି। ଏଠାରେ ଦେବୀ ଲଡୁ ଭୋଗ ଓ ଅନ୍ନପୂର୍ଣ୍ଣା ବିତରଣ ବ୍ୟବସ୍ଥା ନିଆରା ବୋଲି ଯୁଗ୍ମ ସମ୍ପାଦକ ଅରବିନ୍ଦ ରାମ କହିଛନ୍ତି। ଭଦ୍ରକରୁ ମୂର୍ତ୍ତିକାର ଓ କଟକରୁ ମେଢ଼ ସାଜସଜ୍ଜା ପାଇଁ କାରିଗର ଲାଗିିଛନ୍ତି। ମୂର୍ତ୍ତି ଗଢ଼ାକାମ ସରିଥିବା ବେଳେ ମେଢ଼ ସାଜସଜ୍ଜା, ତୋରଣ ଆଦି ନିର୍ମାଣ ଶେଷ ପର୍ଯ୍ୟାୟରେ। ଚଳିତ ବର୍ଷ ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ କମିଟିର ସଦସ୍ୟମାନଙ୍କ ତତ୍ୱାବଧାନରେ ସମସ୍ତ କାର୍ଯ୍ୟ ସମ୍ପାଦନ ହେଉଛି ବୋଲି ସଭାପତି କୈଳାସ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri