କରୋନା କଟକଣା ମଧ୍ୟରେ ପୂଜା ପାଉଛନ୍ତି ମା’

ବୁଗୁଡ଼ା,୨୪ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ବୁଗୁଡ଼ା ସହରର ମଦନମୋହନ ଛକରେ ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ପୂଜା ଆରମ୍ଭ ହୋଇଯାଇଛି। ମଦନମୋହନ ଛକଠାରେ ନିରାଡମ୍ବର ଭାବେ ଶୁକ୍ରବାର ରାତିରୁ ମହା ସପ୍ତମୀ ପୂଜା ଆରମ୍ଭ ହୋଇଯାଇଥିବା ବେଳେ ଶନିବାର ମହା ଅଷ୍ଟମୀ ପୂଜା କାର୍ଯ୍ୟ ରୀତିନୀତି ପ୍ରକାରେ କମ୍‌ ସଂଖ୍ୟକ ପୁରୋହିତଙ୍କୁ ନେଇ ସମସ୍ତ କରୋନା କଟକଣାକୁ ପାଥେୟ କରି ସମ୍ପାଦନ ହୋଇଛି। ସମସ୍ତ ରୀତିନୀତି ଅନୁଯାୟୀ ମଙ୍ଗଳ ଆଳତି, ଅବକାଶ, ମହା ଆଳତି, ପୂଜା, ହୋମ, ଅଖଣ୍ଡ ଦୀପ ସାଙ୍ଗକୁ ଚଣ୍ଡୀପାଠ ଚାଲିଛି। ଭକ୍ତମାନେ କୋଭିଡ ନିୟମ ମାନି ମାସ୍କ ବାନ୍ଧି, ସାମାଜିକ ଦୂରତା ବଜାୟ ରଖି ମା’ ଦୁର୍ଗାଙ୍କ ଦର୍ଶନ କରୁଥିବା ଦେଖିବାକୁ ମିଳିଛି। ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ଭକ୍ତଗଣ ମା’ଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି। ସମ୍ପୃକ୍ତ ଦୁର୍ଗାପୂଜା କମିଟିର ତତ୍ତ୍ୱାବଧାନରେ ଏହି ପୂଜା ଅନୁଷ୍ଠିତ ହେଉଥିଲେ ସୁଦ୍ଧା ତହସିଲ ଓ ପୋଲିସ ପ୍ରଶାସନ ଏଥିପ୍ରତି ନଜର ରଖିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri