ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ରବିବାର ମହାଷ୍ଟମୀ ପାଳନ କରାଯାଇଛି। ଏଥିଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ସେହିପରିି ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’ ଦକ୍ଷିଣକାଳୀଙ୍କ ପୀଠରେ ମଧ୍ୟ ଭିଡ ଜମିଥିଲା। ଭୋର ସାଢ଼େ ୪ଟାରେ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ପୂଜାର୍ଚ୍ଚନା ପରେ ମା’ ତାରାତାରିଣୀ ଦୁଇ ଭଉଣୀଙ୍କୁ ସେବାୟତ ବାପୁଜୀ ରଣା ମହାଗୌରୀ ବେଶରେ ସଜାଇ ଥିଲେ। ସେହିପରି ରାତିରେ ମା’ ମହାକାଳୀ ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ମୁଖ୍ୟ ପୁରୋହିତ ପଣ୍ଡିତ ସୀମାଞ୍ଚଳ ଦାସଶର୍ମାଙ୍କ ଦ୍ୱାରା ଚଣ୍ଡିପାଠ, ହୋମଯଜ୍ଞ ସହ ପରମ୍ପରା ଅନୁସାରେ ମହାଷ୍ଟମୀ ନୀତି ସମ୍ପାଦନ ସହ ମା ସିଂହାସନରୁ ଓହ୍ଲାଇ ସିଂହାରୁଢ ହୋଇ ଏକୋଇଶି ପାହାଚ ଆସି ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ଅନ୍ୟାନ୍ୟ ଯୋଗୀନିଙ୍କ ଉଦ୍ଦେଶ୍ୟରେ ପଣା ହାଣ୍ଡି ଭାଙ୍ଗି ପୁଣି ଗମ୍ଭୀରାକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ସେବାୟତ ସଂଘ ସଭାପତି ତପନ କୁମାର ରଣା, ବାପୁଜୀ ରଣା, ଧୃବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରିଥିଲେ। ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀ, ତହସିଲଦାର ସନ୍ତୋଷ କୁମାର ସାହୁ, ଏସଡିପିଓ ରଜନୀକାନ୍ତ ସାମଲ, ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହି ଟ୍ରାଫିକ ଓ ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିଥିଲେ। ତେବେ କେତେଜଣ ସେବାୟତଙ୍କ ଖରାପ ବ୍ୟବହାରରେ ଭକ୍ତ ଅସନ୍ତୋଷ ପ୍ରକାଶ କରିଥିଲେ। ସୂଚନାଯୋଗ୍ୟ, ବିଗତ ଦିନରେ ଏଭଳି କେତେଜଣ ସେବାୟତ ଭକ୍ତ ଦକ୍ଷିଣା ନ ଦେବାରୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଉକ୍ତ ଘଟଣାରେ ପୋଲିସ ୨ ସେବାୟତଙ୍କୁ ଗିରଫ କରିଥିଲା। ସେ ସମୟରେ ଜିଲା ପ୍ରଶାସନ ଏଭଳି କାର୍ଯ୍ୟ କରୁଥିବା ସେବାୟତଙ୍କୁ କଡା କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri