ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ରବିବାର ମହାଷ୍ଟମୀ ପାଳନ କରାଯାଇଛି। ଏଥିଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ସେହିପରିି ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’ ଦକ୍ଷିଣକାଳୀଙ୍କ ପୀଠରେ ମଧ୍ୟ ଭିଡ ଜମିଥିଲା। ଭୋର ସାଢ଼େ ୪ଟାରେ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ପୂଜାର୍ଚ୍ଚନା ପରେ ମା’ ତାରାତାରିଣୀ ଦୁଇ ଭଉଣୀଙ୍କୁ ସେବାୟତ ବାପୁଜୀ ରଣା ମହାଗୌରୀ ବେଶରେ ସଜାଇ ଥିଲେ। ସେହିପରି ରାତିରେ ମା’ ମହାକାଳୀ ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ମୁଖ୍ୟ ପୁରୋହିତ ପଣ୍ଡିତ ସୀମାଞ୍ଚଳ ଦାସଶର୍ମାଙ୍କ ଦ୍ୱାରା ଚଣ୍ଡିପାଠ, ହୋମଯଜ୍ଞ ସହ ପରମ୍ପରା ଅନୁସାରେ ମହାଷ୍ଟମୀ ନୀତି ସମ୍ପାଦନ ସହ ମା ସିଂହାସନରୁ ଓହ୍ଲାଇ ସିଂହାରୁଢ ହୋଇ ଏକୋଇଶି ପାହାଚ ଆସି ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ଅନ୍ୟାନ୍ୟ ଯୋଗୀନିଙ୍କ ଉଦ୍ଦେଶ୍ୟରେ ପଣା ହାଣ୍ଡି ଭାଙ୍ଗି ପୁଣି ଗମ୍ଭୀରାକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ସେବାୟତ ସଂଘ ସଭାପତି ତପନ କୁମାର ରଣା, ବାପୁଜୀ ରଣା, ଧୃବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରିଥିଲେ। ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀ, ତହସିଲଦାର ସନ୍ତୋଷ କୁମାର ସାହୁ, ଏସଡିପିଓ ରଜନୀକାନ୍ତ ସାମଲ, ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହି ଟ୍ରାଫିକ ଓ ଆଇନ ଶୃଙ୍ଖଳାକୁ ନିୟନ୍ତ୍ରଣ କରିଥିଲେ। ତେବେ କେତେଜଣ ସେବାୟତଙ୍କ ଖରାପ ବ୍ୟବହାରରେ ଭକ୍ତ ଅସନ୍ତୋଷ ପ୍ରକାଶ କରିଥିଲେ। ସୂଚନାଯୋଗ୍ୟ, ବିଗତ ଦିନରେ ଏଭଳି କେତେଜଣ ସେବାୟତ ଭକ୍ତ ଦକ୍ଷିଣା ନ ଦେବାରୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଉକ୍ତ ଘଟଣାରେ ପୋଲିସ ୨ ସେବାୟତଙ୍କୁ ଗିରଫ କରିଥିଲା। ସେ ସମୟରେ ଜିଲା ପ୍ରଶାସନ ଏଭଳି କାର୍ଯ୍ୟ କରୁଥିବା ସେବାୟତଙ୍କୁ କଡା କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ,…

ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍‌ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…

ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?