ଜବ୍‌କାର୍ଡଧାରୀଙ୍କ କାମ ମେଶିନ କରୁଛି

କୁଜଙ୍ଗ,୧୫ା୬ (ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ କାମ ଧନ୍ଦା ଯୋଗାଇଦେବା ଲକ୍ଷ୍ୟରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିନ୍ତ କର୍ମନିଯୁକ୍ତି ଯୋଜନା) ପ୍ରଣୟନ କରାଯାଇଥିଲା। ମାତ୍ର କୁଜଙ୍ଗ ବ୍ଲକରେ ଏହି ଯୋଜନା ପ୍ରହସନ ପାଲଟିଛି। ଏହି ବ୍ଲକର ୨୮ ପଞ୍ଚାୟତରେ ଏମ୍‌ଜିଏନ୍‌ଆରଇଜିଏସ୍‌ କାମ ଚାଲିଛି। କିନ୍ତୁ ବର୍ଷା ଦିନ ପୂର୍ବରୁ ଏହି କାର୍ଯ୍ୟକୁ କୌଣସି ପ୍ରକାରେ ସାରିବା ନିମନ୍ତେ ଜବ୍‌କାର୍ଡଧାରୀଙ୍କ ବଦଳରେ ଜେସିବି ମେଶିନ ବ୍ୟବହାର କରାଯାଉଛି। ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଅନୁମୋଦନ ହୋଇଥିବା ଏହି କାମରେ ଜବକାର୍ଡଧାରୀ କାମ କରୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଫଳରେ କାମ ନ ପାଇ ଜବ୍‌କାର୍ଡଧାରୀଙ୍କୁ ହତାଶ ହେବାକୁ ପଡ଼ୁଛି। ଏନେଇ କୁଜଙ୍ଗ ଜନଶୁଣାଣିରେ ଲିଖିତ ଅଭିଯୋଗ କରାଯାଇଥିଲା। ଏହାସତ୍ତ୍ୱେ କୌଣସି ସୁଫଳତା ମିଳୁନାହିଁ। ସେହିପରି ପ୍ରକଳ୍ପ ସ୍ଥଳରେ ସୂଚନା ଫଳକ ଓ ଜିଇଓ ଟ୍ୟାଗିଂ କରିବାର ନିୟମ ଥିଲେ ସୁଦ୍ଧା ଏହାକୁ ଉଲ୍ଲଂଘନ କରଯାଉଛି। ଆଉ କିଛି ବ୍ୟକ୍ତି ଜେସିବି, ଟ୍ରାକ୍ଟର ସହାୟତାରେ ଟ୍ରିପ୍‌ ଟ୍ରିପ୍‌ ମାଟି ଉତ୍ତୋଳନ କରି ଉକ୍ତ କାର୍ଯ୍ୟ କରୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ଏନେଇ ୫-ଟି ସଚିବ, ଜିଲାପାଳ, ଦୁର୍ନୀତି ନିବାରଣ ବିଭାଗ, ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଦାବି ହୋଇଛି। ଏ ସମ୍ପର୍କରେ ବିଡିଓ ସୌମ୍ୟଶ୍ରୀ ପାଣିଗ୍ରାହୀ କହିଛନ୍ତି, ୨ ଶହ ୨୦ ଟଙ୍କାରେ କେହି କାମ କରିବାକୁ ରାଜି ହେଉନାହାନ୍ତି। ଏଥିଯୋଗୁ ବହୁ ପରିମାଣର ମାଟି ଉଠା କାର୍ଯ୍ୟରେ ମେଶିନ ବ୍ୟବହାର କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?