ମେଶିନ କରିବ ସହର ସଫେଇ

ଅନୁଗୋଳ ଅଫିସ, ୧୧ା୧୦: ଅନୁଗୋଳ ସହର ପ୍ରଦୂଷଣ ବଳୟ ଭିତରେ ରହୁଛି। ବିଭିନ୍ନ ସମୟରେ ଏହି ପ୍ରଦୂଷଣ ପାଇଁ ସହରୀ ଲୋକେ ଅସ୍ତବ୍ୟସ୍ତ ହୋଇପଡ଼ୁଛନ୍ତି। ତେଣୁ ଅନୁଗୋଳ ସହର ସଫେଇ ପାଇଁ ଝାଡ଼ୁ ମାରୁଥିବା ଗାଡ଼ି ଅଣାଯାଇଛି। ସୋମବାର ପୂର୍ବାହ୍ନରେ ଗାଡ଼ିର ପୂଜାର୍ଚ୍ଚନା କରାଯାଇଛି। ଆସନ୍ତା ୧୫ ତାରିଖରୁ ଏହି ଗାଡ଼ି ସହର ସଫା କାର୍ଯ୍ୟରେ ଲାଗିବ ବୋଲି ପୌର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ ସୂଚନା ଦେଇଛନ୍ତି।
ପୌର ନିର୍ବାହୀ ଅଧିକାରୀ କହିଛନ୍ତି, ଜାତୀୟ କ୍ଲିନ୍‌ ଏୟାର ପ୍ରୋଗ୍ରାମ(ଏନ୍‌ସିଏପି) ପକ୍ଷରୁ ପୌରପାଳିକାକୁ ମୋଟ ୯୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସେଥିରୁ ୩୫ ଲକ୍ଷ ଟଙ୍କା ବ୍ୟୟରେ ଉକ୍ତ ଗାଡ଼ି ଅଣାଯାଇଛି। ପ୍ରଦୂଷିତ ସହର ହୋଇଥିବାରୁ ଅନୁଗୋଳ ପୌରାଞ୍ଚଳ ସଫେଇ ପାଇଁ ପ୍ରଥମ କରି ଝାଡ଼ୁ ମାରୁଥିବା ମେଶିନ ଅଣାଯାଇଛି। ପରବର୍ତ୍ତୀ ସମୟରେ ପାଣି ସିଞ୍ଚନ ପାଇଁ ମେଶିନ୍‌ ଆସିବ। ଏଥିସହ ସହରକୁ ପ୍ରଦୂଷଣ ମୁକ୍ତ କରାଯିବାକୁ ବିଭିନ୍ନ କାର୍ଯ୍ୟକ୍ରମରେ ଉକ୍ତ ଟଙ୍କା ଖର୍ଚ୍ଚ କରାଯିବ ବୋଲି ପୌର ନିର୍ବାହୀ ଅଧିକାରୀ ସୂଚନା ଦେଇଛନ୍ତି। ଏହି ଗାଡ଼ି ଚଳାଇବାକୁ ୨ ଜଣଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି। ଏହି ଗାଡ଼ି ପୂଜା ସମୟରେ ଅନୁଗୋଳ ପୌର ନିର୍ବାହୀ ଅଧିକାରୀ ମଲ୍ଲିକଙ୍କ ସହ ପୌରାଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ, ଉପାଧ୍ୟକ୍ଷା ଅନୁପମା ସାହୁ, କାଉନସିଲର ସରିତା ମିଶ୍ର, ସୁକାନ୍ତି ଦାସ, ସୂର୍ଯ୍ୟସ୍ନାତା ସାହୁ, ଟ୍ୟାକ୍ସ ଦାରୋଗା ବିଭୂତି ଭୂଷଣ ମହାରଣା, ପରିମଳ ଅଧିକାରୀ ସୂର୍ଯ୍ୟକାନ୍ତ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri