ଶ୍ରମିକ ବଦଳରେ ମେଶିନ କରୁଛି କାମ

କୋକସରା,୨୦।୩(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଲ ପଞ୍ଚାୟତ କୁମୁଡାମୁଣ୍ଡା ଗାଁରେ ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) ଫେଲ୍‌ ମାରିଛି। ଏଠାରେ ଶ୍ରମିକ ବଦଳରେ ମେଶିନ କରୁଛି କାମ। ଉକ୍ତ ଯୋଜନାରେ ଏକ ଚେକଡ୍ୟାମ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ପ୍ରଶାସନଙ୍କ ନିୟୋଜିତ କର୍ମଚାରୀମାନେ ଶ୍ରମିକ ବଦଳରେ ଜେସିବି ମେଶିନରେ କାର୍ଯ୍ୟ ଆରମ୍ଭ କରିଛନ୍ତି। କାଉଡୋଲା ପଞ୍ଚାୟତ କୁମୁ ଗ୍ରାମରେ ଚେକଡ୍ୟାମରେ ଉକ୍ତ ଯୋଜନାରେ ଶ୍ରମିକଙ୍କ ହକକୁ ଛଡାଇ ଜେସିବି ମେଶିନ ଲଗାଇ କାର୍ଯ୍ୟ ଆରମ୍ଭ ହୋଇଛି। ବିଡମ୍ବନାର କଥା କୋକସରା ବ୍ଲକରେ ୨୦୨୨ରେ ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯାଇ ପ୍ରାୟ ୧୧ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। କିଛି ଦାଦନ ଶ୍ରମିକଙ୍କ ମୃତଦେହ ଗାଁକୁ ଫେରିଥିବା ବେଳେ ଆଉ କିଛି ଭିଟାମାଟିକୁ ଫେରି ପାରି ନ ଥିଲା। ୨୦୨୩ରେ କୋକସରା ବ୍ଲକରେ ବର୍ତ୍ତମାନ ସୁଦ୍ଧା ୩ଜଣ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇ ସାରିଛି। ଅନ୍ୟପକ୍ଷରେ ବ୍ଲକ ପ୍ରଶାସନ ଉକ୍ତ ଯୋଜନାରେ ୧୦୦ ଦିନର କାର୍ଯ୍ୟ ଦିବସ ଯୋଗାଇଥିବା ଶ୍ରମିକଙ୍କ ଜବକାର୍ଡରେ ଦର୍ଶାଇ କାଉଡୋଲା ପଞ୍ଚାୟତରେ ଉକ୍ତ ଯୋଜନା ସଫଳ ରୂପାୟନ ହୋଇଥିବା ନେଇ ବାହାବା ନେଇଥିଲେ। ତେବେ ଉକ୍ତ ଯୋଜନା କାହାପାଇଁ ବୋଲି ଏଠାରେ ପ୍ରଶ୍ନ ଉଠୁଛି । କନିଷ୍ଠ ଯନ୍ତ୍ରୀଙ୍କଠାରୁ ଆରମ୍ଭ କରି ପଞ୍ଚାୟତ ସରପଞ୍ଚ, ପିଇଓ, ଜିଆରଏସ କର୍ମଚାରୀ ସମସ୍ତଙ୍କ ମିଳିଭଗତରେ ଉକ୍ତ ଯୋଜନା କାର୍ଯ୍ୟକାରୀ ହେଉଥିବା ଅଭିଯୋଗ ହେଉଥିବା ବେଳେ ଉକ୍ତ ଯୋଜନା ଶ୍ରମିକଙ୍କ ନାଁରେ ପ୍ରହସନ ପାଲଟିଛି। ବ୍ଲକରେ ଆଗରୁ ମଧ୍ୟ ଅନେକ ଏହି ଯୋଜନାରେ ମେଶିନରେ କାମ କରୁଥିବା ନେଇ ଅଭିଯୋଗ ହୋଇଛି। ହେଲେ ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆ ଯାଇନାହିଁ। କାର୍ଯ୍ୟ ସମ୍ପର୍କରେ ବ୍ଲକ ସହକାରୀ ଯନ୍ତ୍ରୀ ଗୋବିନ୍ଦ ବଲ୍ଲଭ ମହାରଣାଙ୍କ ପ୍ରତିକ୍ରିୟା ନେବାରୁ ମେଶିନରେ କାମ କରୁଥିବା ଆମ ନିକଟରେ ଖବରନାହିଁ, ଯଦି ଏମିତି କିଛି ହୋଇଛି ତାହେଲେ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?