ବାଲେଶ୍ୱରରେ ପାଗଳା କୁକୁର ଆତଙ୍କ: ଆକ୍ରମଣରେ ୨୨ ଆହତ

ବାଲେଶ୍ୱର ଅଫିସ, ୪।୧୨: ବାଲେଶ୍ୱର ସହରରେ ଶନିବାର ସକାଳେ ଏକ ପାଗଳ କୁକୁର ଆତଙ୍କ ଖେଳାଇଥିଲା। ମର୍ଣ୍ଣିଂଓ୍ବାକ କରୁଥିବା ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡିଲା। ଆକ୍ରମଣରେ ୨୨ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ପାଗଳ କୁକୁରକୁ ପିଟି ପିଟି ମାରିଦେଇଥିବା ଜଣାପଡିଛି। ପୌରାଞ୍ଚଳ ଅଧୀନ ୪ନଂ ୱାର୍ଡ଼ର ପୁଲବଜାର, ଖୁଆଜାବାଗ୍‌, କସାବ ମହଲ୍ଲା, ବାଲୁବଜାର, ରେଜାଉଲ୍ଲା ଲେନ, ମୁନିପଦା ଆଦି ଅଞ୍ଚଳରେ ସକାଳ ସମୟରେ ଲୋକମାନେ ମର୍ଣ୍ଣିଂଓ୍ବାକ କରୁଥିବା ବେଳେ ହଠାତ୍‌ ଉକ୍ତ ପାଗଳ କୁକୁର ଆସି ପ୍ରଥମେ ସେକ ଆକବରଙ୍କୁ କାମୁଡିଥିଲା। ପରେ ନସିମା ବିବି, ଗୋପାଳଚନ୍ଦ୍ର ସେଠୀ,ସେକ ଅନାଦୁଲ୍ଲା, ସେକ ଅବଦୁଲ୍ଲା, ସେକ୍‌ କାଦିର, ତୁମରୁନ ବିବି, ସେକ ପିଆଉଦ୍ଦିନ, ସେକ୍‌ ଇଦ୍ରିସ ଓ ସୃଷ୍ଟିଧର ଦେଙ୍କ ଭଳି ମୋଟ ୨୨ଜଣଙ୍କୁ ଆକ୍ରମଣ କରିଥିଲା। ଏଥିରେ ଲୋକମାନେ ଭୟଭୀତ ହୋଇ ଏଣେତେଣେ ଦୌଡ଼ିବାକୁ ଲାଗିଥିଲେ। କୁକୁରର ଏମିତି ଉତ୍ପାତ ଦେଖି ଲୋକମାନେ ଛାନିଆ ହୋଇଯାଇଥିଲେ। ଆହତ ବ୍ୟକ୍ତି ଓ ପିଲାମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଲୋକମାନେ କୁକୁରକୁ ପିଟି ପିଟି ମାରିଦେଇଛନ୍ତି। କୁକୁର କାମୁଡ଼ାରେ ଆହତ ସେଖ କାଦର କହିଛନ୍ତି, କୁକୁରଙ୍କ ଏଭଳି ଉତ୍ପାତ ପାଇଁ ପ୍ରଶାସନ ଦାୟୀ। ବୁଲା କୁକୁରଙ୍କ ପାଇଁ କିଛି ବ୍ୟବସ୍ଥା କରାଯାଉ ନ ଥିବାରୁ ବିଭିନ୍ନ ସମୟରେ ଲୋକେ ଆକ୍ରମଣର ଶିକାର ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri