‘ମଦରଙ୍ଗ-ଷୋଳପୁର ନଦୀବନ୍ଧ ରାସ୍ତା କାର୍ଯ୍ୟ ଶୀଘ୍ର କର’

ଗୋପ,୩୦।୬(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପସ୍ଥିତ ଶୋଳପୁର-ମଦରଙ୍ଗ ନଦୀବନ୍ଧ କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହୋଇଥିବା ନେଇ ଅଭିଯୋଗ ଆସିବା ପରେ ନିମାପଡ଼ା ଜଳସମ୍ପଦ ବିଭାଗ ଅଧୀକ୍ଷକ ଯନ୍ତ୍ରୀ ବୈକୁଣ୍ଠନାଥ ଦଳାଇ ଗୁରୁବାର ନଦୀବନ୍ଧ ବୁଲିବା ସହ ତୁରନ୍ତ ରାସ୍ତା କାର୍ଯ୍ୟ ମରାମତି କରିବା ପାଇଁ ଗୋପ ଜଳସମ୍ପଦ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସଂଗ୍ରାମ କିଶୋର ମହାନ୍ତି ଓ ସହକାରୀ ଯନ୍ତ୍ରୀ ସଞ୍ଜୀବ କୁମାର ସାହୁଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଧୀକ୍ଷଣ ଯନ୍ତ୍ରୀଙ୍କ ନିର୍ଦ୍ଦେଶରେ ଶୁକ୍ରବାରଠାରୁ ମରାମତି କାର୍ଯ୍ୟ କରାଯିବ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଜଳସମ୍ପଦ ବିଭାଗ ଅଧୀନରେ ଥିବା ଏହି ରାସ୍ତାଟି କିଛିଦିନ ଧରି ସାଧାରଣ ଲୋକମାନେ ଯିବାଆସିବା ବେଳେ ଅସୁବିଧା ହେବାରୁ ଗୋପ ଜଳସମ୍ପଦ ବିଭାଗ ପକ୍ଷରୁ ୨ଟି ଇଷ୍ଟିମେଟ କରାଯାଇଥିଲା। ପରେ ଏହି ୩ କିଲୋମିଟର ନଦୀବନ୍ଧ ରାସ୍ତା କାର୍ଯ୍ୟ ଟେଣ୍ଡର କରାଯାଇଥିଲା। ପ୍ରାୟ ୯୦ ଲକ୍ଷ ଟଙ୍କାର କାର୍ଯ୍ୟକୁ ଟେଣ୍ଡର ମାଧ୍ୟମରେ ଦୁଇଜଣ ଠିକାଦାରଙ୍କୁ କାର୍ଯ୍ୟ ମିଳିଥିଲା। ମଦରଙ୍ଗ ପଟୁ ହୋଇ ଥିବା ଦେଢ଼ କିଲୋମିଟର ପିଚୁ ରାସ୍ତା କାର୍ଯ୍ୟ ଠିକ୍‌ ଭାବେ ହୋଇଥିବା ସମୟରେ ଆଉ ଅବଶିଷ୍ଟ ପିଚୁ କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହୋଇଥିଲା। ଠିକାଦାର ଜଣଙ୍କ ନଦୀବନ୍ଧ ରାସ୍ତା କାର୍ଯ୍ୟ ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ ସଞ୍ଜିବ କୁମାର ସାହୁ ନିର୍ଦ୍ଦେଶକୁ ମାନି ନ ଥିଲେ। ଫଳରେ ମାତ୍ର ଗୋଟିଏ ମାସ ପରେ ଶୋଳପୁର ପଟ ନଦୀବନ୍ଧ ରାସ୍ତାଟି ଦବି ଯିବା ସହିତ ଫାଟିଯାଇଥିଲା। ଏପରି ଏକ ନିମ୍ନମାନର କାର୍ଯ୍ୟ ସମ୍ପର୍କରେ କେତେକ ଖବରକାଗଜରେ ପ୍ରକାଶିତ ହେବା ପରେ ଗୋପ ଜଳସମ୍ପଦ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଦଳାଇ ଏହି ନିମ୍ନମାନର କାର୍ଯ୍ୟସ୍ଥଳକୁ ଯାଇ ତଦାରଖ କରିଥିଲେ। ଏହି ଅଭିଯୋଗକୁ ନେଇ ଅଧୀକ୍ଷଣ ଯନ୍ତ୍ରୀ ବୈକୁଣ୍ଠନାଥ ଦଳାଇ କୁହନ୍ତି, ନଦୀ ବନ୍ଧ ବୁଲି ଦେଖିବା ସହିତ ତୁରନ୍ତ ମରାମତି କରିବା ପାଇଁ ନିର୍ଦ୍ଦେଶ ଦେଇଛି। ଏଥିସହ ସମ୍ପୃକ୍ତ ଠିକାଦାରଙ୍କ ବିଲ୍‌ ବନ୍ଦ କରିବା ଲାଗି ମଧ୍ୟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri