ରାଜ୍ୟକୁ ଟିକା ଯୋଗାଇବାକୁ ମନାକଲା ମଡର୍ନା

ଚଣ୍ଡିଗଡ଼, ୨୪।୫: ଦେଶରେ ସମସ୍ତଙ୍କୁ ଟିକା ଦେବା ଲାଗି କୋଭିଡ୍‌ ଭାକ୍ସିନର ଘୋର ଅଭାବ ଦେଖାଦେଇଛି। ଏପରିସ୍ଥଳେ ପଞ୍ଜାବ ସମେତ ବିଭିନ୍ନ ରାଜ୍ୟ ସରକାର ବିଦେଶରୁ ସିଧାସଳଖ ଟିକା କିଣିବା ପାଇଁ ଯୋଜନା କରିବା ସହ କେତେକ ରାଜ୍ୟ ବିଶ୍ୱସ୍ତରୀୟ ଟେଣ୍ଡର ଆହ୍ବାନ କରିଥିଲେ। ତେବେ ରାଜ୍ୟକୁ ଟିକା ଯୋଗାଇବା ପ୍ରସ୍ତାବକୁ ଆମେରିକା ଔଷଧ କମ୍ପାନୀ ମଡର୍ନା ମନା କରିଦେଇଛି। କମ୍ପାନୀର ନୀତି ଅନୁଯାୟୀ ଏହା କେବଳ ଭାରତ ସରକାରଙ୍କ ସହ ଟିକା ସମ୍ପର୍କରେ ଡିଲ୍‌ କରିବ ବୋଲି ମଡର୍ନା କର୍ତ୍ତୃପକ୍ଷ ପଞ୍ଜାବ ସରକାରଙ୍କୁ ଜଣାଇଛନ୍ତି। ବିଭିନ୍ନ ବିଦେଶୀ କମ୍ପାନୀଠାରୁ ଟିକା କିଣିବା ପାଇଁ ଅମରିନ୍ଦର ସିଂ ସରକାର ଯୋଗାଯୋଗ ଚଳାଇଥିଲେ। ସ୍ପୁଟନିକ୍‌-ଭି ନିର୍ମାତା ଗାମାଲେୟ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଏପିଡେମିଓଲୋଜି ଆଣ୍ଡ୍‌ ମାଇକ୍ରୋବାୟୋଲୋଜି, ଫାଇଜର ଏବଂ ଜନ୍‌ସନ ଆଣ୍ଡ୍‌ ଜନ୍‌ସନ ସହ ଯୋଗାଯୋଗ କରାଯାଇଥିଲା ବୋଲି ଟିକାକରଣର ରାଜ୍ୟ ନୋଡାଲ ଅଫିସର ବିକାଶ ଗର୍ଗ କହିଛନ୍ତି। ମଡର୍ନା ରାଜ୍ୟ ସରକାରଙ୍କ ସହ ଟିକା ଡିଲ୍‌ କରିବାକୁ ଚାହୁଁନାହିଁ। ଅନ୍ୟ କମ୍ପାନୀମାନେ ଏପର୍ଯ୍ୟନ୍ତ କୌଣସି ଜବାବ ଦେଇ ନ ଥିବା ଗର୍ଗ କହିଛନ୍ତି। ସୂଚନାଯୋଗ୍ୟ ଡୋଜ୍‌ ଅଭାବରୁ ପଞ୍ଜାବ ସରକାର ଗତ ୩ ଦିନ ହେଲା ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣକୁ ବନ୍ଦ ରଖିବାକୁ ବାଧ୍ୟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟକୁ ୪.୨ ଲକ୍ଷ ଡୋଜ୍‌ ଭାକ୍ସିନ ମିଳିଥିବାବେଳେ ସେଥିରୁ ୩,୬୫ ଲକ୍ଷ ଡୋଜ୍‌ ଦିଆଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri