ମଧୁବାବୁ ଭତ୍ତା ଟଙ୍କା ହଡ଼ପ: ୩ କର୍ମଚାରୀ ଚାକିରିରୁ ବହିଷ୍କୃତ

ନବରଙ୍ଗପୁର,୨।୧୦(ବି.ପ୍ର.): ମଧୁବାବୁ ପେନସନ ଯୋଜନାରେ ଭତ୍ତା ଟଙ୍କା ହଡ଼ପ ଅଭିଯୋଗରେ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଓ ଡାବୁଗାଁ ବ୍ଲକ ସାମାଜିକ ସୁରକ୍ଷା ବିଭାଗ ଦାୟିତ୍ୱରେ ଥିବା ୩ କର୍ମଚାରୀଙ୍କୁ ଜିଲାପାଳ କମଳ ଲୋଚନ ମିଶ୍ର ଶୁକ୍ରବାର ଚାକିରିରୁ ବହିଷ୍କାର କରିଛନ୍ତି। ସେମାନେ ହେଲେ ଚନ୍ଦାହାଣ୍ଡି ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦାୟିତ୍ୱରେ ଥିବା ପ୍ରକାଶ ଚନ୍ଦ୍ର ଢାଲି, କାର୍ଯ୍ୟକ୍ରମ ସହାୟକ ଧର୍ମେନ୍ଦ୍ର ସାହୁ ଏବଂ ଡାବୁଗାଁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦାୟିତ୍ୱରେ ଥିବା ଅତୁନ ଦେଉରୀ।
ସେପ୍ଟେମ୍ବରରେ ମଧୁବାବୁ ପେନସନ ଜରିଆରେ ଅର୍ଥ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା ହୋଇଥିଲ। ତେବେ ମଧୁବାବୁ ପେନସନ ବାବଦରେ ଯାଇଥିବା ଅର୍ଥ ମଧ୍ୟରୁ କିଛି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ନ ପଠାଇ ଦାୟିତ୍ୱରେ ଥିବା କର୍ମଚାରୀମାନେ ନିଜ ସମ୍ପର୍କୀୟଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହାପରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର ତଦନ୍ତ କରିଥିଲେ। ଚନ୍ଦହାଣ୍ଡିର ଅତିରିକ୍ତ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପ୍ରକାଶ ସେପ୍ଟେମ୍ବର ମାସରେ ୪୨ ହଜାର ୫ ଶହ ଟଙ୍କା, ଡାବୁଗାଁ ବ୍ଲକ ଅତିରିକ୍ତ ସାମାଜିକ ସୁରକ୍ଷା ଅଧିକାରୀ ଅତୁନୁ ୯୩ ହଜାର ଟଙ୍କା ହଡ଼ପ କରିଥିଲେ। ଚନ୍ଦାହାଣ୍ଡି ଅତିରିକ୍ତ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ଧର୍ମେନ୍ଦ୍ର ଟଙ୍କା ହଡ଼ପରେ ସହଯୋଗ କରିଥିଲେ। ପ୍ରାଥମିକ ତଦନ୍ତ ରିପୋର୍ଟ ଜିଲାପାଳଙ୍କ ପାଖରେ ପହଞ୍ଚିବା ପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ହିତାଧିକାରୀଙ୍କ ଭତ୍ତା ଟଙ୍କା ବ୍ୟାଙ୍କ ଖାତାରେ ଜମା ହୋଇଥାଏ । ଏ ନେଇ ଜିଲା ସ୍ତରରୁ ବ୍ଲକକୁ ଆବଶ୍ୟକ ଆର୍ଥ ପଠାଯାଏ । ଆର୍‌ଟିଜିଏସ ଓ ନେଫ୍ଟ ମାଧ୍ୟମରେ ଭତ୍ତା ଟଙ୍କା ବ୍ୟାଙ୍କକୁ ଯାଇଥାଏ। ହାର୍ଡ କପି ଓ ସଫ୍ଟ କପି ମଧ୍ୟ ପଠାଯାଏ। ସଫ୍ଟ କପିକୁ ଚଞ୍ଚକତା କରି ଜଣଙ୍କ ଆକାଉଣ୍ଟ ନମ୍ବରରେ ଅନେକ ହିତାଧିକାରୀଙ୍କ ନାଁ ଦେଇ ଭତ୍ତା ଟଙ୍କା ହଡ଼ପ କରାଯାଇଥିବା ତଦନ୍ତରୁ ଜଣାପଡ଼ିଥିବା ଜିଲା ସାମାଜିକ ସୁରକ୍ଷା ଅଧିକାରୀ କହିଛନ୍ତି । ଜିଲାପାଳଙ୍କ ବରଖାସ୍ତ ଚିଠି ଅନୁଯାୟୀ, ପ୍ରକାଶ ଏବ ଅତୁନୁ ଟଙ୍କା ନିଜ ନିଜ ସମ୍ପର୍କୀୟଙ୍କ ନାମରେ ଜମା କରିଥିବାବେଳେ ସନ୍ତୋଷୀ ଇନ୍‌ଫୋଟେକ ଆଉଟସୋର୍ସିଂ ସଂସ୍ଥା ଜରିଆରେ କାମ କରୁଥିବା ଦୁର୍ନୀତିରେ ସହଯୋଗ କରିଥିତ୍ବାରୁ ତାଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସେପ୍ଟେମ୍ବର ମାସରେ ଦୁର୍ନୀତି ସାମ୍ନାକୁ ଆସିବା ପରେ ପୂର୍ବମାସ ଗୁଡ଼ିକରେ ଭତ୍ତା ପ୍ରଦାନକୁ ଦୃଷ୍ଟିକୁ ନେଲେ ୨୦ ଲକ୍ଷ ଟଙ୍କା ହଡ଼ପ କରାଯାଇଥିବା ଜିଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଆକଳନ କରାଯାଉଛି । ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ମାନେ ଭତ୍ତା ଟଙ୍କା ପ୍ରଦାନ ପରେ ମାସିକ ହିସାବ ଜିଲା କାର୍ଯ୍ୟାଳୟକୁ ଠିକଣା ସମୟରେ ଦେଉ ନ ଥିବା ନେଇ ମଧ୍ୟ ପୂର୍ବରୁ ଅଭିଯୋଗ ରହିଥିଲା। ଏହି ୨ ବ୍ଲକରେ ଗତ କିଛି ମାସର ମଧୁବାବୁ ପେନସନ ପ୍ରଦାନ ବିଷୟରେ ତଦନ୍ତ ହେବ। ଏହାପରେ ହସ୍ତଗତ ତଥ୍ୟ ଅନୁଯାୟୀ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri