ମଧୁବାବୁ ପେନ୍‌ସନ୍‌ ଯୋଜନା ହିତାଧିକାରୀ ବୃଦ୍ଧି ନିଷ୍ପତ୍ତି

ଭୁବନେଶ୍ୱର,୭ା୨: ମଧୁବାବୁ ପେନ୍‌ସନ୍‌ ଯୋଜନା(ଏମ୍‌ବିପିଓ୍ବାଇ) ହିତାଧିକାରୀ ବୃଦ୍ଧି ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସମସ୍ତ ଜିଲାର ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି କରାଯାଇଛି। ସାମାଜିକ ସୁରକ୍ଷା ପ୍ରମୁଖ ସଚିବ ଚିଠି ଲେଖି ଏହି ନିର୍ଦ୍ଦେଶ ଦେଇଛନ୍ତି। ତେବେ ଯୋଗ୍ୟ ହିତାଧିକାରୀଙ୍କ ଆବେଦନକୁ ୩ ଦିନ ଭିତରେ ମଞ୍ଜୁରୀ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପେନ୍‌ସନ୍‌ ପୋର୍ଟାଲର ଆବେଦନକାରୀଙ୍କ ତଥ୍ୟ ଦେଇ ସାମାଜିକ ସୁରକ୍ଷା ପ୍ରମୁଖ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ୨୦୨୩ ଅଗଷ୍ଟରେ ଅତିରିକ୍ତ ୪.୧୩ ଲକ୍ଷ ଲୋକଙ୍କୁ ଏହି ଯୋଜନାରେ ସାମିଲ କରିଥିଲେ। ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପ୍ରଦାନ କରିଥାନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା,ଦିବ୍ୟାଙ୍ଗ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ଓ ଏଡ଼ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, କିନ୍ନର, କୋଭିଡ ଅନାଥ ପିଲାମାନେ ଏଥିରେ ସାମିଲ ହୋଇଥାନ୍ତି।

ଏହି ଯୋଜନାରେ ଛୋଟ ପିଲାଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି।

ଦିବ୍ୟାଙ୍ଗଙ୍କ କ୍ଷେତ୍ରରେ ୪୦ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri