ଅବ୍ୟବସ୍ଥାରେ ମଧୁକୁଞ୍ଜ ପାର୍କ

କଟକ ଅଫିସ,୨୪ା୧୦: କଟକ ମହାନଗର ନିଗମ (ସିଏମ୍‌ସି)ର ୧୬ ନମ୍ବର ୱାର୍ଡ ଅଧୀନ ତୁଳସୀପୁର ସ୍ଥିତ ମଧୁକୁଞ୍ଜ ପାର୍କରେ ଅନେକ ଅବ୍ୟବସ୍ଥା ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ପାର୍କ ପରିସରରେ ଥିବା ଲାଇଟ୍‌ ଅଧାରୁ ଅଧିକ ଅଚଳ ହୋଇପଡିଛି। ଏପରି କି ସେଠାରେ ବିଦ୍ୟୁତ୍‌ ବକ୍ସ ମୁକୁଳା ଅବସ୍ଥାରେ ରହିଛି। ଏଥିଯୋଗୁ କେତେବେଳେ ଜୀବନହାନି ଘଟିବ ତାହା କହିହେବ ନାହିଁ। ଏହି ପାର୍କ ଦାୟିତ୍ୱରେ ଥିବା ସିଏମ୍‌ସି କର୍ତ୍ତୃପକ୍ଷ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।

୨୦୦୪ ସେପ୍ଟେମ୍ବର ୩୦ ତାରିଖରେ ସିଏମ୍‌ସି ପକ୍ଷରୁ ଏହି ପାର୍କ ନିର୍ମାଣ କରାଯାଇଥିଲା। ସ୍ଥାନୀୟ ଅଞ୍ଚଳର ଲୋକମାନେ ଏଠାରେ ପ୍ରାତଃ ଭ୍ରମଣ କରିବା ସହ କିଛି ସମୟ ନିରୋଳାରେ ସମୟ ଅତିବାହିତ କରୁଥିଲେ। ୨୦୧୮ ଏପ୍ରିଲ ୧୧ ତାରିଖରେ ଏହି ପାର୍କକୁ ଅମୃତ ଯୋଜନାରେ ସାମିଲ କରାଯାଇ ନବୀକରଣ କରାଯାଇଥିଲା। ପାର୍କ ପରିସରରେ ଜଗିଂ ଟ୍ରାକ୍‌, ଦୋଳି ଓ ବ୍ୟାୟାମ ପାଇଁ ମେଶିନ ବ୍ୟବସ୍ଥା କରାଯାଇଥିଲା। ଫଳରେ ପ୍ରତିଦିନ ପ୍ରାତଃ ଓ ସନ୍ଧ୍ୟା ଭ୍ରମଣ ସହ ବ୍ୟାୟାମ କରିବା ପାଇଁ ସ୍ଥାନୀୟ ଲୋକେ ଏଠାକୁ ଆସିଥାନ୍ତି। ସେହିପରି ପିଲାମାନେ ମଧ୍ୟ ଦୋଳିର ମଜ୍ଜା ନେଇଥାନ୍ତି। ହେଲେ ସିଏମ୍‌ସି କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଏବେ ପାର୍କ ପରିସରରେ ଅବ୍ୟବସ୍ଥା ରହିଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ପାର୍କର ବ୍ୟାୟାମ ବ୍ୟବସ୍ଥା ନିକଟରେ ଆଲୋକ ସୁବିଧା ନାହିଁ। ସେହିପରି ପାର୍କ ପରିସରରେ ପିଇବା ପାଣି ବ୍ୟବସ୍ଥା ନ ଥିବାବେଳେ ଶୌଚାଳୟ ଅର୍ଦ୍ଧଭଗ୍ନ ଅବସ୍ଥାରେ ରହିଛି। ପାର୍କ ପରିସର ରାସ୍ତାପାର୍ଶ୍ୱରେ ଘାସ ଉଠିଥିବାବେଳେ ପାଚେରି ଭାଙ୍ଗିପଡିଥିବା ଦେଖିବାକୁ ମିଳିଛି। ଏପରି କି ସୌନ୍ଦର୍ଯ୍ୟକରଣ ପାଇଁ ରହିଥିବା ଜଳଫୁଆରା ମଧ୍ୟ ଅଚଳ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri