ପୁରୁଣା ଲୁକ୍‌କୁ ‘ରି-କ୍ରିଏଟ୍‌’ କଲେ ମାଧୁରୀ

ମୁମ୍ବାଇ: ଏବେ ମଧ୍ୟ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କ ଅନେକ ପ୍ରଶଂସକ ରହିଛନ୍ତି, ଯେଉଁମାନେ ତାଙ୍କର ଗୋଟିଏ ଝଲକ୍‌ ପାଇବା ପାଇଁ ଅନାଇ ବସିଥାନ୍ତି। ନିକଟରେ ମାଧୁରୀ ଏକ ହିଟ ଚଳଚ୍ଚିତ୍ରରେ ତାଙ୍କର ଲୁକ୍‌କୁ ପୁଣି ‘ରି-କ୍ରିଏଟ୍‌’ କରିଛନ୍ତି, ଯାହାକୁ ନେଇ ସେ ଏବେ ଚର୍ଚ୍ଚାରେ ଅଛନ୍ତି । ୧୯୯୪ ମସିହାରେ ରିଲିଜ୍‌ ହୋଇଥିବା ବଲିଉଡ୍‌ ଫିଲ୍ମ ‘ହମ୍‌ ଆପ୍‌କେ ହେଁ କୌନ୍‌’ ବକ୍ସ ଅଫିସରେ ସୁପର୍‌ହିଟ୍‌ ହୋଇଥିଲା। ଏହି ଚଳଚ୍ଚିତ୍ରରେ ‘ନିଶା’ ଚରିତ୍ରରେ ମାଧୁରୀ ନଜର ଆସିଥିଲେ। ଚଳଚ୍ଚିତ୍ରରେ ଅଭିନେତା ସଲମାନ୍‌ ଖାନ୍‌ଙ୍କ ସହ ମାଧୁରୀଙ୍କ ଯୋଡ଼ିକୁ ଦର୍ଶକ ଭରପୂର୍‌ ପସନ୍ଦ କରିଥିଲେ।
ରିଲିଜ୍‌ ହେବାର ୩୦ ବର୍ଷ ପରେ ପୁଣି ଏହି ଫିଲ୍ମକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଏହି ଚଳଚ୍ଚିତ୍ରର ‘ଦିଦି ତେରା ଦେୱର୍‌ ଦିୱାନା’ ଗୀତ ବେଶ୍‌ ଲୋକପ୍ରିୟ ହୋଇଥିଲା। ଗୀତରେ ମାଧୁରୀ ଏକ ବାଇଗଣୀ ରଙ୍ଗର ସାଢ଼ୀ ପିନ୍ଧିଥିବାବେଳେ ଦୀର୍ଘ ବର୍ଷ ପରେ ପୁଣି ସେ ନିଜର ଏହି ଲୁକ୍‌କୁ ‘ରି କ୍ରିଏଟ’ କରି ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିଛନ୍ତି। ନୂଆ ଲୁକ୍‌ରେ ମାଧୁରୀ ବାଇଗଣୀ ରଙ୍ଗର ଶାଢ଼ି ସହ ମ୍ୟାଚିଙ୍ଗ୍‌ ଚୁଡ଼ି ପିନ୍ଧି ଏକ ଶୋ’ର ସେଟ୍‌ ମଧ୍ୟକୁ ପ୍ରବେଶ କରୁଥିବା ନଜର ଆସୁଛନ୍ତି। ୩୦ ବର୍ଷ ତଳର ‘ନିଶା’ ଚରିତ୍ର ପରି ଆଜି ମଧ୍ୟ ମାଧୁରୀ ଏହି ଲୁକ୍‌ରେ ସମାନ ପରିମାଣରେ ସୁନ୍ଦର ଦେଖାଯାଉଥିବା କହି ଅନେକ ପ୍ରଶଂସକ ଏହି ଭିଡିଓରେ କମେଣ୍ଟ କରିଛନ୍ତି। ମାଧୁରୀଙ୍କ ଏହି ଭିଡିଓ ଏବେ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?