Posted inଖେଳ

କିଲିମାଞ୍ଜାରୋ ଆରୋହଣ କଲେ ମଧୁସ୍ମିତା

ଭୁବନେଶ୍ୱର, ୧୬।୨ (କ୍ରୀଡ଼ା ପ୍ରତିନିଧି): ଆଫ୍ରିକା ମହାଦେଶର ଉଚ୍ଚତ୍ତମ ଶୃଙ୍ଗ କିଲିମାଞ୍ଜାରୋ (୫,୮୯୫ ମି./୧୯,୩୪୧ ଫୁଟ)କୁ ସଫଳତାର ସହ ଆରୋହଣ କରିଛନ୍ତି ବ୍ରହ୍ମପୁର ଗୋସାଣି ନୂଆଗାଁର ମଧୁସ୍ମିତା ପାତ୍ର। ଗତ ୧୦ ତାରିଖରେ ମଧୁସ୍ମିତା କିଲିମାଞ୍ଜାରୋ ପାଦଦେଶ ମରାଙ୍ଗୁ ଫାଟକ ଦେଇ ଆରୋହଣରେ ବାହାରିଥିଲେ। ୧୨ ତାରିଖରେ ସେ ବେସ୍‌ କ୍ୟାମ୍ପରେ ପହଞ୍ଚତ୍ଥିଲେ। ସେଠାରେ କିଛି ଘଣ୍ଟା ବିଶ୍ରାମ ନେବା ପରେ ରାତ୍ର ୧୨ଟା ସମୟରେ ନିଜ ଗାଇଡ୍‌ଙ୍କ ସହ ସେ କିଲିମାଞ୍ଜାରୋ ଶିଖର ଉଦ୍ଦେଶ୍ୟରେ ବାହାରିଥିଲେ। ରାତିର ବିଯୁକ୍ତ ତାପମାତ୍ରା ଏବଂ ଅନ୍ୟ ପାର୍ଶ୍ୱ ପ୍ରଭାବ ଯୋଗୁ ସେ ସାମାନ୍ୟ କ୍ଳାନ୍ତ ଅନୁଭବ କରିଥିଲେ, ମାତ୍ର ଏଥିରେ ଭାଙ୍ଗି ନ ପଡ଼ି ଗାଇଡଙ୍କ ସହ ଆଗକୁ ବଢ଼ିଥିଲେ। ୧୩ ତାରିଖ ସକାଳ ୭.୦୫ ସମୟରେ ସେ କିଲିମାଞ୍ଜାରୋ ଶିଖରରେ (ଯାହା ଉହୁରୁ ପିକ୍‌ ଭାବେ ଜଣା) ପହଞ୍ଚତ୍ ନିଜ ଦେଶର ଜାତୀୟ ପତାକାକୁ ଉଡାଇଥିଲେ। କିଛି ସମୟ ଶିଖରରେ ରହିବା ପରେ ପୁନର୍ବାର ବେସ୍‌କ୍ୟାମ୍ପ ଦେଇ ତଳକୁ ଓହ୍ଲାଇ ଆସିଥିଲେ। ମଧୁସ୍ମିତା ହେଉଛନ୍ତି ପୂର୍ବତନ ବାୟୁସେନା ଅଧିକାରୀ ପ୍ରେମାନନ୍ଦ ପାତ୍ର ଓ ପୁଷ୍ପାଞ୍ଜଳି ପାତ୍ରଙ୍କ କନ୍ୟା। ସେ ସମ୍ପ୍ରତି କମ୍ପୁଟର ଇଞ୍ଜିନିୟର ଭାବେ ଚେନ୍ନାଇରେ କାର୍ଯ୍ୟରତ। ଆଗାମୀ ଦିନରେ ସେ ଅନ୍ୟ ମହାଦେଶର ଉଚ୍ଚତମ ପାହାଡ ଏବଂ ବିଶ୍ୱର ଉଚ୍ଚତମ ଶୃଙ୍ଗ ମାଉଣ୍ଟ ଏଭରେଷ୍ଟ ଆରୋହଣ ଲକ୍ଷ୍ୟ ରଖିଥିବା ଜଣାଇଛନ୍ତି। ପ୍ରକାଶଯୋଗ୍ୟ ଯେ, ମଧୁସ୍ମିତା ଜଣେ ତାଲିମପ୍ରାପ୍ତ ପର୍ବତାରୋହି। ସେ ୨୦୨୨ରେ ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ହିମାଳୟ ପର୍ବତାରୋହଣ ସଂସ୍ଥା ଏଚ୍‌ଏମ୍‌ଆଇ ଶିକ୍ଷାନୁଷ୍ଠାନରୁ ଶିକ୍ଷାଲାଭ କରିଛନ୍ତି ଏବଂ ପରବର୍ତ୍ତୀ ସମୟରେ ମାଉଣ୍ଟ ରେନକ, ଚାଦର, କେଦାରକଣ୍ଟ ଆଦି ଆରୋହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri