Posted inଖେଳ

କିଲିମାଞ୍ଜାରୋ ଆରୋହଣ କରିବେ ମଧୁସ୍ମିତା

ଭୁବନେଶ୍ୱର,୬ା୨(ସ୍ପୋଟର୍‌ସ ବ୍ୟୁରୋ): ଗଞ୍ଜାମ ଜିଲାର ଗୋଶାଣନୂଆଗାଁ ଗ୍ରାମର ପର୍ବତାରୋହୀ ମଧୁସ୍ମିତା ପାତ୍ର ଆଫ୍ରିକା ମହାଦେଶର ଉଚ୍ଚତମ ଗିରିଶୃଙ୍ଗ ମାଉଣ୍ଟ କିଲିମାଞ୍ଜାରୋ ଆରୋହଣ କରିବେ। ରବିବାର ବ୍ରହ୍ମପୁର ପ୍ରେସ୍‌ କ୍ଲବରେ ଏହି ଅଭିଯାନ ପାଇଁ ଫ୍ଲାଗ ଅଫ୍‌ ସେରିମନି ଆୟୋଜିତ ହୋଇଛି। ବାୟୁସେନା ଅଧିକାରୀ ପ୍ରେମାନନ୍ଦ ପାତ୍ର ଓ ପୁଷ୍ପାଞ୍ଜଳୀ ଦେବୀଙ୍କ ଝିଅ ମଧୁସ୍ମିତା ଟିସିଏସ୍‌ରେ ଇଞ୍ଜିନିୟର ଭାବରେ କାର୍ଯ୍ୟରତ। ହିମାଳୟ ପର୍ବତାରୋହଣ ପ୍ରତିଷ୍ଠାନ (ଏଚ୍‌ଏମ୍‌ଆଇ)ରୁ ଡିଗ୍ରୀ ହାସଲ ପରେ ମଧୁସ୍ମିତା ମାଉଣ୍ଟ ରେନକ୍‌(୫୦୨୯ ମି.), ଚାଦର ଟ୍ରେକ(୧୧୪୦୦ ଫୁଟ), କେଦାର କଣ୍ଠ(୧୨୪୦୦ ଫୁଟ) ଭଳି ଗିରି ଶୃଙ୍ଗ ଆରୋହଣ କରିଛନ୍ତି। ଏହି ଧାରାରେ ସେ ଆଫ୍ରିକା ମହାଦେଶର ଉଚ୍ଚତମ ପର୍ବତ ମାଉଣ୍ଟ କିଲିମାଞ୍ଜାରୋ(୫୮୯୫ ଫୁଟ) ଆରୋହଣ କରିବେ। ୯ ଫେବୃୟାରୀରୁ ଏହି ଅଭିଯାନ ଆରମ୍ଭ ହୋଇ ୧୬ ଫେବୃୟାରୀ ପର୍ଯ୍ୟନ୍ତ ଜାରି ରହିବ। ରବିବାରର ଅଭିଯାନରେ ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ମେୟର ସଂଘମିତ୍ରା ଦଳେଇ ପ୍ରମୁଖ ଯୋଗ ଦେଇଥିଲେ। ଆଗାମୀ ଦିନରେ ୟୁରୋପର ହାଇଏଷ୍ଟ ପିକ୍‌ ମାଉଣ୍ଟ ଏଲବ୍ରୁସ, ହିମାଳୟର ମାଉଣ୍ଟ କୁନ୍‌ ଓ ନେପାଳର ମାଉଣ୍ଟ ଆମାଡାବଲମ ଚଢିବା ଲକ୍ଷ୍ୟରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri