ଜାତୀୟ ପ୍ରତିଯୋଗିତାରେ ମଧୁସ୍ମିତାଙ୍କ ସଫଳତା

ଧାମନଗର,୪।୪ (ଡି.ଏନ.ଏ.): ଜାତୀୟ ହ୍ବିଲଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ପାଇ ଗୌରବ ଆଣିଛନ୍ତି ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଦଳାଙ୍ଗ ପଞ୍ଚାୟତ ରାମେଶ୍ବରପୁର ଗ୍ରାମର ମଧୁସ୍ମିତା ସାହୁ (୨୯)। ହରିଆଣାର କର୍ନାଲଠାରେ ଗତ ମାସରେ ଆୟୋଜିତ ୧୫ତମ ଜାତୀୟ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ସେ ବିଜୟୀ ହୋଇଥିବାରୁ ବିଧାୟକ ସୂର୍ଯ୍ୟବଂଶୀ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ମଧୁସ୍ମିତା ହରିଆଣାରୁ ଫେରି ଭୁବନେଶ୍ବରରେ ପହଞ୍ଚିବା ପରେ ସୋମବାର ବିଧାୟକଙ୍କୁ ତାଙ୍କ କ୍ୱାର୍ଟର୍ସରେ ଭେଟିଥିଲେ। ଜାତୀୟ ପ୍ରତିଯୋଗିତାରେ ପଦକ ଜିଣି ଧାମନଗର ସହ ଓଡ଼ିଶାର ସମ୍ମାନ ରଖିଥିବା ବିଧାୟକ ତାଙ୍କୁ କହିଥିଲେ। ଜନ୍ମ ପରେ ପରେ ପୋଲିଓରେ ଆକ୍ରାନ୍ତ ମଧୁସ୍ମିତା ପିଲାଟି ବେଳୁ ଖେଳ ପ୍ରତି ଆଗ୍ରହ ରଖିଥିଲେ। ପରିବାରର ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିଲେ ମଧ୍ୟ ସେ କେବେ ବି ନିଜ ଲକ୍ଷ୍ୟରୁ ହଟି ନ ଥିଲେ। ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ ଲାଗି ଯୋଗ୍ୟ ବିବେଚିତ ହୋଇଥିଲେ ମଧ୍ୟ ଗରିବ ପରିବାର ହୋଇଥିବାରୁ ଭାଙ୍ଗିପଡ଼ିଥିଲେ। ତାଲିମ ନେବାକୁ ନା ଅର୍ଥ ଥିଲା ନା ଖେଳ ସରଞ୍ଜାମ ଥିଲା। ଏତିକିବେଳେ ଗଁାକୁ କୃତଜ୍ଞତା ଯାତ୍ରାରେ ଆସିଥିବା ବିଧାୟକ ସୂର୍ଯ୍ୟବଂଶୀ ସୂରଜ ଏ ବିଷୟରେ ଜାଣିବା ପରେ ଗୋଟିଏ ସପ୍ତାହ ଭିତରେ ମଧୁସ୍ମିତାଙ୍କୁ ଖେଳ ସରଞ୍ଜାମ ସବୁ ଯୋଗାଇ ଦେଇଥିଲେ। ଏଥିସହ ଜାତୀୟସ୍ତରୀୟ ଚାମ୍ପିୟନଶିପ୍‌ରେ ଭାଗ ନେବା ଲାଗି ତାଙ୍କୁ ଆବଶ୍ୟକ ଅର୍ଥରାଶି ମଧ୍ୟ ପ୍ରଦାନ କରିଥିଲେ। ମଧୁସ୍ମିତା ହରିଆଣାର କର୍ନାଲରେ ପହଞ୍ଚି ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିଥିଲେ। ଏହାସହ ଆସନ୍ତା ସେପ୍ଟେମ୍ବରରେ ଥାଇଲାଣ୍ଡରେ ହେବାକୁ ଥିବା ଅନ୍ତର୍ଜାତୀୟ ହ୍ବିଲଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଦେଶର ପ୍ରତିନିଧିତ୍ୱ କରିବା ପାଇଁ ସେ ମନୋନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri