ଟ୍ରକ ଧକ୍କାରେ ଚ୍ରାଫିକ କନଷ୍ଟେବଳ ମଧୁସୂଦନଙ୍କ ମୃତ୍ୟୁ ଘଟଣା: ୩ ଦିନ ପରେ ଚାଳକ ଗିରଫ

ଭୁବନେଶ୍ୱର,୨।୭(ସତ୍ୟଜିତ୍‌ ରାଉତ): ଟ୍ରକ ଧକ୍କାରେ ଟ୍ରାଫିକ କନଷ୍ଟେବଳ ମଧୁସୂଦନ କିର୍ସାନୀଙ୍କ ମୃତ୍ୟୁ ଘଟଣାରେ କମିଶନରେଟ୍‌ ପୋଲିସ ଅଭିଯୁକ୍ତ ଚାଳକଙ୍କୁ ମଙ୍ଗଳବାର ଗିରଫ କରିଛି। ସେ ହେଲେ କଟକ ଜିଲା ବୈଦେଶ୍ୱର ଥାନା ଅନ୍ତର୍ଗତ ଗହୀରଗଡିଆ ଗ୍ରାମର ପ୍ରଶାନ୍ତ କୁମାର ନାଏକ (୨୮)। ତାଙ୍କ ନିକଟରୁ ଦୁର୍ଘଟଣା ଘଟାଇଥିବା ଟ୍ରକ ଆଇଚର୍‌ ଟ୍ରକ(ଓଡି୦୫ବିପି-୯୯୧୫)କୁ ମଧ୍ୟ ପୋଲିସ ଜିବତ କରିଛି। ଅଭିଯୁକ୍ତ ପ୍ରଶାନ୍ତଙ୍କୁ କୋର୍ଟଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଶନିବାର ସାରେ ରାଜଧାନୀରେ ପ୍ରବଳ ବର୍ଷା ହେବା ସହ ଟ୍ରାଫିକ୍‌ ଜାମ ମଧ୍ୟ ହୋଇଥିଲା। ରାମ ମନ୍ଦିର ଛକରେ ମଧୁସୂଦନ ଡ୍ୟୁଟି ସାରି ରାତି ୧୦ଟାରେ ନିଜ ବାଇକ ଯୋଗେ ଖଣ୍ଡଗିରିସ୍ଥିତ ଭଡ଼ା ଘରକୁ ଫେରୁଥିଲେ। ରାତି ପ୍ରାୟ ୧୦ଟା ୧୦ରେ ଜାତୀୟ ରାଜପଥରେ ଜୟଦେବ ବିହାର ଓଭରବ୍ରିଜ୍‌ ପାର୍‌ ହେଉଥିବାବେଳେ ଟ୍ରକ ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା। ଟ୍ରକଟି ମଧୁସୂଦନଙ୍କ ମୁଣ୍ଡ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଅପରପକ୍ଷରେ ଦୁର୍ଘଟଣା ଘଟାଇ ପ୍ରଶାନ୍ତ ଘଟଣାସ୍ଥଳରୁ ଟ୍ରକ୍‌ ନେଇ ଫେରାର ହୋଇଯାଇଥିଲେ। ଏହି ଘଟଣୀରେ ନୟାପଲ୍ଲୀ ଥାନା ପକ୍ଷରୁ ଆଇପିସି ଦଫା ୨୭୯, ୩୦୪ରେ ମାମଲା (ନଂ.୩୯୦/୨୦୨୪) ରୁଜୁ ହୋଇଥିଲା। ତେବେ ମଙ୍ଗଳବାର ସକାଳ ପ୍ରାୟ ୭ାଟା ୩୦ ବେଳେ ପ୍ରଶାନ୍ତ ରଶୁଲଗଡରେ ଥିବା ଜଣାପଡିବା ପରେ ପୋଲିସ ଚଢ଼ଉ କରି ତାଙ୍କୁ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪୬ ବର୍ଷ ଅପେକ୍ଷାର ଅନ୍ତ ଆଜି

ପୁରୀ,୧୪ା୭(ଅଜିତ୍‌ କୁମାର ମହାନ୍ତି)ଦୀର୍ଘ ୪୬ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ରବିବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲିବ। ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ପ୍ରଦାନ...

ଟିକିମୋହିନୀଙ୍କୁ ଦୁଇଟି ସ୍ବର୍ଣ୍ଣ

ଭୁବନେଶ୍ୱର, ୧୪।୭(ସରୋଜ ଜେନା): ଓଡ଼ିଶା ଭାରୋତ୍ତୋଳନ ସଂଘ ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ଓ୍ବେଟ୍‌ଲିଫ୍ଟିଙ୍ଗ୍‌ ହଲ୍‌ରେ ଚାଲିଥିବା...

ମହାପ୍ରଭୁଙ୍କ ପାଇଁ ପାଣିର ବାଷ୍ପରେ ପ୍ରସ୍ତୁତ ହୁଏ ପୋଡ଼ପିଠା

ପୁରୀ,୧୪ା୭(ଅଜିତ୍‌ କୁମାର ମହାନ୍ତି)ଭୋଜନ ପ୍ରିୟ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି।...

ମଙ୍ଗଳା ମନ୍ଦିର ବିକାଶ ପାଇଁ ୫୦ କୋଟି

ନିମାପଡ଼ା/କାକଟପୁର/ଅସ୍ତରଙ୍ଗ/ ଯୋଗେଶ୍ୱରପୁର (ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ/ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା/ରଶ୍ମିରଞ୍ଜନ ସାହୁ)୧୪ା୭: ପୁରୀ ଜିଲା ନିମାପଡ଼ାର ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିର ଠାରୁ କାକଟପୁରର ଅଧିଷ୍ଠାତ୍ରୀ...

୮ ଜଣଙ୍କୁ ନିଲମ୍ବନ କଲା ଭାଜପା

ଭୁବନେଶ୍ୱର, ୧୪।୭(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବାଲେଶ୍ୱର ଜିଲାର...

ନୀଳାଦ୍ରି ବିଜେ ଯାଏ ପୁରୀରେ ରହିବେ ଉପମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର,୧୪ା୭(ଅନିଲ ଦାସ)ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି...

ଲଳିତ କୁମାର, ତାଙ୍କ ସହଯୋଗୀଙ୍କୁ ଗିରଫ କରାଯାଉ: ତାତିଲା କଂଗ୍ରେସ

ଭୁବନେଶ୍ୱର, ୧୪।୭(ସୁନିତ୍‌ ମିଶ୍ର): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାର ଏଏସ୍‌ଓ ବୈକୁଣ୍ଠ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ଛାତ୍ର ଓ ଯୁବ କଂଗ୍ରେସ...

କମଳା ରଙ୍ଗରେ ଓମ୍‌ଫେଡ୍‌ କ୍ଷୀର ପ୍ୟାକେଟ

ଭୁବନେଶ୍ୱର, ୧୪ା୭ (ବନ୍ଦନା ସେଠୀ)କମଳା ରଙ୍ଗ ପ୍ୟାକେଟ୍‌ରେ ବଜାରକୁ ପରୀକ୍ଷାମୂଳକ ଭାବେ ଛଡ଼ାଯାଇଛି ଓମ୍‌ଫେଡ୍‌ କ୍ଷୀର। ଶନିବାରଠାରୁ ଏହି କ୍ଷୀର ପ୍ୟାକେଟ୍‌ର ଫଟୋ ସୋସିଆଲ୍‌ ମିଡିଆରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri