ମଧୁସୂଦନଙ୍କ ଜନ୍ମପୀଠ, ସଂଗ୍ରହାଳୟ ବିକାଶ ଉପରେ ଗୁରୁତ୍ୱାରୋପ

ସାଲେପୁର,୨।୪(ଡି. ଏନ.ଏ.): ଓଡ଼ିଶା ଦିବସ ଅବସରରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଶନିବାର କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ସତ୍ୟଭାମାପୁରରେ ପହଞ୍ଚତ୍ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ ପରିଦର୍ଶନ କରିଛନ୍ତି। ଏହି ଅବସରରେ ପୀଠ ଓ ସଂଗ୍ରହାଳୟର ବିକାଶ ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ପ୍ରଥମେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ପୀଠ ବୁଲିବା ସହ ମ୍ୟାପ୍‌ ମାଧ୍ୟମରେ ଏହାର ଅବସ୍ଥିତି ଓ ଇତିହାସ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏଥିସହ ପୀଠ ପରିସରରେ ଥିବା ସଂଗ୍ରହାଳୟ ବୁଲି ଏଠାରେ ରଖାଯାଇଥିବା ସ୍ମୃତି ସମ୍ପର୍କରେ ପଚାରି ବୁଝିଥିଲେ। ଏଠାରେ ଥିବା ସ୍ମୃତିଫଳକକୁ ଓଡ଼ିଆ ସମେତ ଅନ୍ୟ ଭାଷାରେ ଲେଖିବାକୁ ସେ ପରାମର୍ଶ ଦେଇଛନ୍ତି। ପରେ ପୀଠ ପରିସରରେ ଥିବା ଗାନ୍ଧିଜୀଙ୍କ ଅବସ୍ଥାନ ପୀଠ ଦର୍ଶନ କରିଥିଲେ। ଏହାପରେ ୫-ଟି ସଚିବ ମଧୁବାବୁଙ୍କ ଅନ୍ତୁଡ଼ିଶାଳରେ ପହଞ୍ଚତ୍ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଠାରେ ରଖାଯାଇଥିବା ବିରଳ ଫଟୋ ଓ ହସ୍ତଲିପି ସମ୍ପର୍କରେ ଉପସ୍ଥିତ ଟ୍ରଷ୍ଟ କର୍ମକର୍ତ୍ତାଙ୍କଠାରୁ ସବିଶେଷ ପଚାରି ବୁଝିଥିଲେ। ମିଶନ ଶକ୍ତି ସଭାନେତ୍ରୀ ତୃପ୍ତିରେଖା ପରିଡା ଓ ଉପସ୍ଥିତ ସଦସ୍ୟାମାନଙ୍କ ସହ ପୀଠ ସମ୍ପର୍କରେ ଆଲୋଚନା କରିଥିଲେ। ଏଥିସହ ମଧୁସ୍ମୃତି ପୀଠରେ ମଧୁବାବୁଙ୍କ ଜୀବନୀକୁ ନେଇ ଲାଇଟ ଆଣ୍ଡ ସାଉଣ୍ଡ ବ୍ୟବସ୍ଥା କରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏଥିସହ ପୀଠର ଉନ୍ନତୀକରଣ ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିବାକୁ କହିଥିଲେ। ଏହି ଅବସରରେ ମଧୁସୂଦନ ସାଂସ୍କୃତିକ ପରିଷଦ ପକ୍ଷରୁ ୧୨ ପ୍ରସ୍ତାବ ସମ୍ବଳିତ ଏକ ପତ୍ର ପ୍ରଦାନ କରାଯାଇଥିଲା। ଏହି ପରିଦର୍ଶନ ସମୟରେ ଆର୍‌ଡିସି ସୁରେଶ ଚନ୍ଦ୍ର ଦଳାଇ, ସିଡିଏ ଅଧ୍ୟକ୍ଷ ଅନୀଲ ସାମଲ, ଜିଲାପାଳ ଭବାନୀ ଶଙ୍କର ଚୟନୀ, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅମ୍ବର କର ଓ ଡିସିପି ପିନାକ ମିଶ୍ରଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri