ଅସରାଏ ବର୍ଷାରେ ମଧୁବନ ମିନିଷ୍ଟାଡିୟମ ଜଳାର୍ଣ୍ଣବ

ଖଣ୍ଡପଡ଼ା,୩ା୪(ସ୍ବ.ପ୍ର.): ଅଦିନିଆ ବର୍ଷାରେ ଖଣ୍ଡପଡ଼ା ମଧୁବନ ମିନିଷ୍ଟାଡିୟମ ପରିସରରେ ବର୍ଷା ପାଣି ଜମି ରହି ସମସ୍ୟା ସୃଷ୍ଟି କରୁଛି। ଅଦିନିଆ ଲଗାଣ ବର୍ଷା ପ୍ରଭାବରେ ଖେଳପଡ଼ିଆ ପରିସର ଜଳାର୍ଣ୍ଣବ ହୋଇ ଉଠୁଥିବାରୁ ଏ ନେଇ କ୍ରୀଡାବିତ୍‌ ଓ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବର୍ଷତମାମ ମଧୁବନ ମିନି ଷ୍ଟାଡିୟମ ପରିସରରେ କ୍ରୀଡ଼ା ପ୍ରତିଯୋଗୀତାଠାରୁ ଆରମ୍ଭକରି ମେଳା,ମହୋତ୍ସବ, ସାଧାରଣତନ୍ତ୍ର ଓ ସ୍ବାଧୀନତା ଦିବସ ପାଳନ କରାଯାଇଥାଏ। ରାଜରାଜୁଡା ଅମଳରୁ ପ୍ରତିଷ୍ଠିତ ଏହି ଖେଳପଡ଼ିଆ ମିନିଷ୍ଟାଡିୟମର ମାନ୍ୟତା ପାଇବା ପରେ ଖଣ୍ଡପଡ଼ା ତହସିଲ ପ୍ରଶାସନ ଓ ଏନଏସି କତ୍ତୃପକ୍ଷଙ୍କ ଦ୍ୱାରା ସେଠାରେ ବିଭିନ୍ନ ବିକାଶ ମୂଳକ କାମ କରାଯାଇଛି। ଏପରି କି ଏନ୍‌ଏସି ପକ୍ଷରୁ ମୁକ୍ତା ଯୋଜନାରେ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇ ମଧୁବନ ମିନିଷ୍ଟାଡିୟମ ପାରିପାଶର୍‌ବିକ ଉନ୍ନତିକରଣ କାମ ଚାଲୁ ରହିଛି। ମାତ୍ର ଖେଳପଡ଼ିଆ ଭିତରେ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବର୍ଷାଜଳ ଜମି ରହୁଥିବାରୁ ଜଳାଶୟ ପରି ପ୍ରତୀୟମାନ ହେଉଛି। ତେଣୁ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି। ନଚେତ୍‌ ଆଗାମୀ ବର୍ଷା ଋତୁରେ ଏହି ମିନିଷ୍ଟାଡିୟମ ପରିସର ଏକ ଜଳାଶୟରେ ପରିଣତ ହେବାର ଆଶଙ୍କା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri