Posted inଜାତୀୟ

ମଧ୍ୟପ୍ରଦେଶର ୨୮ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଭୋପାଳ,୩ ।୧୧: ମଧ୍ୟପ୍ରଦେଶର ୨୮ ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ଅନୁଷ୍ଠିତ ହୋଇଛି । ମଙ୍ଗଳବାର ସକାଳୁ ବିଭିନ୍ନ ଭୋଟ ଗ୍ରହଣ କେନ୍ଦ୍ରରେ ଭୋଟରମାନେ ପହଞ୍ଚୁଥିବା ଦେଖାଯାଇଛି । ସକାଳ ୭ଟାରୁ ଏହା ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ । ସମୟ ବଢିବା ସହ ଭୋଟଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଇଛି । ଏହି ନିର୍ବାଚନରେ ୩୫୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରାଯିବ । କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ସମସ୍ତ ୨୫ ଜଣ ସଦସ୍ୟଙ୍କୁ ଏଥିରେ ଟିକେଟ ମିଳିଥିବା ବେଳେ ଫଳାଫଳ ଉପରେ ଏବେଠାରୁ ସମସ୍ତଙ୍କ ନଜର । ଏହି ନିର୍ବାଚନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଓ କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ପାଇଁ ଅଗ୍ନି ପରୀକ୍ଷା ବୋଲି କୁହାଯାଉଛି । କରୋନା ମହାମାରୀ ବ୍ୟାପୁଥିବାରୁ ସମସ୍ତ ପ୍ରକାର ନିୟମ ମାନି ଭୋଟ ଗ୍ରହଣ କରାଯାଉଛି । ତେମେ ମଧ୍ୟ ପ୍ରଦେଶ ଇତିହାସରେ ଏହା ସବୁଠାରୁ ବଡ ନିର୍ବାଚନ ବୋଳି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri