Posted inଜାତୀୟ

ମଧ୍ୟପ୍ରଦେଶ-ଛତିଶଗଡ ବିଧାନସଭା ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୭।୮: ମଧ୍ୟପ୍ରଦେଶ-ଛତିଶଗଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଭାଜପା ମଧ୍ୟପ୍ରଦେଶ ପାଇଁ ୩୯ ଜଣ ଏବଂ ଛତିଶଗଡ ପାଇଁ ୨୧ ଜଣ ପ୍ରାର୍ଥୀ ଘୋଷଣା କରିଛି। ଚଳିତ ବର୍ଷ ଉଭୟ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ବୁଧବାର ନୂଆଦିଲ୍ଲୀର ପାର୍ଟି ମୁଖ୍ୟାଳୟରେ ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଅଧ୍ୟକ୍ଷ ଜେପି ନଡାଙ୍କ ସମେତ ଭାଜପାର ବହୁ ବଡ ନେତା ଏଥିରେ ଯୋଗ ଦେଇଥିଲେ। ଏହି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିଲା। ମଧ୍ୟପ୍ରଦେଶ ଏବଂ ଛତିଶଗଡର ର୍ନିବାଚନ ପ୍ରସ୍ତୁତି ବୈଠକରେ ସମୀକ୍ଷା କରାଯାଇଥିଲା। ଆଗାମୀ ବିଧାନସଭା ନିର୍ବାଚନରେ ଦଳର ପ୍ରସ୍ତୁତିକୁ ମଧ୍ୟ ସିଇସି ସଦସ୍ୟ ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri